1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କଥା କୁହ, ସେମାନଙ୍କ ପିତୃଗୃହର ଅଧ୍ୟକ୍ଷମାନଙ୍କଠାରୁ ପ୍ରତ୍ୟେକ ପିତୃଗୃହ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ଗ୍ରହଣ କର; ତୁମ୍ଭେ ପ୍ରତ୍ୟେକର ଯଷ୍ଟିରେ ପ୍ରତ୍ୟେକ ଲୋକର ନାମ ଲେଖ।
3ପୁଣି, ତୁମ୍ଭେ ଲେବୀର ଯଷ୍ଟିରେ ହାରୋଣର ନାମ ଲେଖିବ; କାରଣ ସେମାନଙ୍କ ପ୍ରତ୍ୟେକ ପିତୃଗୃହର ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି ହେବ।
4ଆଉ ସମାଗମ-ତମ୍ବୁର ଯେଉଁ ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରୁ, ସେହି ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ତୁମ୍ଭେ ସେହି ସବୁ ରଖିବ।
5ଏହା କଲା ଉତ୍ତାରେ, ଆମ୍ଭେ ଯେଉଁ ବ୍ୟକ୍ତିକୁ ମନୋନୀତ କରିବା, ତାହାର ଯଷ୍ଟି ପୁଷ୍ପିତ ହେବ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ବଚସା କରନ୍ତି, ସେହି ବଚସା ଆମ୍ଭେ ଆପଣା ନିକଟରୁ ନିବୃତ୍ତ କରାଇବା।”