4ଆଉ ସମାଗମ-ତମ୍ବୁର ଯେଉଁ ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରୁ, ସେହି ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ତୁମ୍ଭେ ସେହି ସବୁ ରଖିବ।
5ଏହା କଲା ଉତ୍ତାରେ, ଆମ୍ଭେ ଯେଉଁ ବ୍ୟକ୍ତିକୁ ମନୋନୀତ କରିବା, ତାହାର ଯଷ୍ଟି ପୁଷ୍ପିତ ହେବ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ବଚସା କରନ୍ତି, ସେହି ବଚସା ଆମ୍ଭେ ଆପଣା ନିକଟରୁ ନିବୃତ୍ତ କରାଇବା।”
6ଏଥିରେ ମୋଶା ଇସ୍ରାଏଲ-ସନ୍ତାନଗଣକୁ କହନ୍ତେ, ସେମାନଙ୍କର ଅଧ୍ୟକ୍ଷ ସମସ୍ତେ ଆପଣା ଆପଣା ପିତୃଗୃହ ଅନୁସାରେ ପ୍ରତ୍ୟେକ ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ତାଙ୍କୁ ଦେଲେ; ପୁଣି, ହାରୋଣଙ୍କର ଯଷ୍ଟି ସେମାନଙ୍କ ଯଷ୍ଟିସକଳର ମଧ୍ୟରେ ଥିଲା।
7ତହୁଁ ମୋଶା ସାକ୍ଷ୍ୟ-ତମ୍ବୁରେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମସ୍ତ ଯଷ୍ଟି ରଖିଲେ।
8ଏଥିଉତ୍ତାରେ ଆରଦିନ ମୋଶା ସାକ୍ଷ୍ୟ-ତମ୍ବୁରେ ପ୍ରବେଶ କଲେ; ଆଉ ଦେଖ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କର ଯଷ୍ଟି ଅଙ୍କୁରିତ ହୋଇଅଛି, ପୁଣି, ଅଙ୍କୁର ବାହାର ହେଲା, ପୁଷ୍ପ ଫୁଟିଲା ଓ ପକ୍ୱ ବାଦାମ ଫଳିଲା।