ଗଣନା ପୁସ୍ତକ 18

ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବୋହିବ।

Numbers 18:1 (UKJV) And the LORD said unto Aaron, You and your sons and your father's house with you shall bear the iniquity of the sanctuary: and you and your sons with you shall bear the iniquity of your priesthood.

1ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବୋହିବ।

2ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍‍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟ-ତମ୍ବୁ ସମ୍ମୁଖରେ ରହିବ।

3ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.