ଗଣନା ପୁସ୍ତକ 18

ତୁମ୍ଭେ ତାହା ମହାପବିତ୍ର ଦ୍ରବ୍ୟ ଭାବି ତହିଁରୁ ଭୋଜନ କରିବ; ପ୍ରତ୍ୟେକ ପୁରୁଷ ତହିଁରୁ ଭୋଜନ କରିବ; ତାହା ତୁମ୍ଭ ପ୍ରତି ପବିତ୍ର ହେବ।

Numbers 18:10 (UKJV) In the most holy place shall you eat it; every male shall eat it: it shall be holy unto you.

8ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ଆହୁରି ଆମ୍ଭେ, ଦେଖ, ଆମ୍ଭେ ଆପଣା ଉତ୍ତୋଳନୀୟ ଉପହାର, ଅର୍ଥାତ୍‍, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପବିତ୍ରୀକୃତ ଦ୍ରବ୍ୟର ଭାର ତୁମ୍ଭଙ୍କୁ ଦେଲୁ, ତୁମ୍ଭର ଅଭିଷେକ ସକାଶୁ ତୁମ୍ଭକୁ ଓ ତୁମ୍ଭର ସନ୍ତାନଗଣକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ତାହାସବୁ ଦେଲୁ।

9ଅଗ୍ନିକୃତ ମହାପବିତ୍ର ଉପହାର ମଧ୍ୟରୁ ରକ୍ଷିତ ଏହାସବୁ ତୁମ୍ଭର ହେବ; ଆମ୍ଭ ଉଦ୍ଦେଶ୍ୟରେ ସେମାନେ ଯାହା ଉତ୍ସର୍ଗ କରିବେ, ଏପରି ସେମାନଙ୍କର ପ୍ରତ୍ୟେକ ଉପହାର, ଅର୍ଥାତ୍‍, ସେମାନଙ୍କର ପ୍ରତ୍ୟେକ ଭକ୍ଷ୍ୟ ନୈବେଦ୍ୟ ଓ ସେମାନଙ୍କର ପ୍ରତ୍ୟେକ ପାପାର୍ଥକ ବଳି ଓ ସେମାନଙ୍କର ପ୍ରତ୍ୟେକ ଦୋଷାର୍ଥକ ବଳି ତୁମ୍ଭ ଓ ତୁମ୍ଭ ପୁତ୍ରଗଣ ନିମନ୍ତେ ମହାପବିତ୍ର ହେବ।

10ତୁମ୍ଭେ ତାହା ମହାପବିତ୍ର ଦ୍ରବ୍ୟ ଭାବି ତହିଁରୁ ଭୋଜନ କରିବ; ପ୍ରତ୍ୟେକ ପୁରୁଷ ତହିଁରୁ ଭୋଜନ କରିବ; ତାହା ତୁମ୍ଭ ପ୍ରତି ପବିତ୍ର ହେବ।

11ଆଉ ଏହା ତୁମ୍ଭର ଅଟେ; ଅର୍ଥାତ୍‍, ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର; ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତାହାସବୁ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।

12ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ସମସ୍ତ ଉତ୍ତମ ତୈଳ ଓ ସମସ୍ତ ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ, ଯେଉଁ ଯେଉଁ ପ୍ରଥମଜାତ ଫଳ ଉତ୍ସର୍ଗ କରିବେ, ତାହାସବୁ ଆମ୍ଭେ ତୁମ୍ଭକୁ ଦେଲୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.