ଗଣନା ପୁସ୍ତକ 18

ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ସମସ୍ତ ଉତ୍ତମ ତୈଳ ଓ ସମସ୍ତ ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ, ଯେଉଁ ଯେଉଁ ପ୍ରଥମଜାତ ଫଳ ଉତ୍ସର୍ଗ କରିବେ, ତାହାସବୁ ଆମ୍ଭେ ତୁମ୍ଭକୁ ଦେଲୁ।

Numbers 18:12 (UKJV) All the best of the oil, and all the best of the wine, and of the wheat, the first-fruits of them which they shall offer unto the LORD, them have I given you.

10ତୁମ୍ଭେ ତାହା ମହାପବିତ୍ର ଦ୍ରବ୍ୟ ଭାବି ତହିଁରୁ ଭୋଜନ କରିବ; ପ୍ରତ୍ୟେକ ପୁରୁଷ ତହିଁରୁ ଭୋଜନ କରିବ; ତାହା ତୁମ୍ଭ ପ୍ରତି ପବିତ୍ର ହେବ।

11ଆଉ ଏହା ତୁମ୍ଭର ଅଟେ; ଅର୍ଥାତ୍‍, ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର; ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତାହାସବୁ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।

12ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ସମସ୍ତ ଉତ୍ତମ ତୈଳ ଓ ସମସ୍ତ ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ, ଯେଉଁ ଯେଉଁ ପ୍ରଥମଜାତ ଫଳ ଉତ୍ସର୍ଗ କରିବେ, ତାହାସବୁ ଆମ୍ଭେ ତୁମ୍ଭକୁ ଦେଲୁ।

13ସେମାନେ ଆପଣା ଆପଣା ଭୂମିରୁ ଉତ୍ପନ୍ନ ଯେଉଁସବୁ ପ୍ରଥମ ପକ୍ୱ ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହି ସବୁ ତୁମ୍ଭର ହେବ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।

14ଇସ୍ରାଏଲ ମଧ୍ୟରେ ସମସ୍ତ ଉତ୍ସର୍ଗୀକୃତ ବସ୍ତୁସବୁ ତୁମ୍ଭର ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.