ଗଣନା ପୁସ୍ତକ 18

ଆଉ ଦେଖ, ଲେବୀ-ସନ୍ତାନଗଣ ଯେଉଁ ସେବାକାର୍ଯ୍ୟ କରନ୍ତି, ସମାଗମ-ତମ୍ବୁ ସମ୍ବନ୍ଧୀୟ ସେମାନଙ୍କ ସେହି ସେବାକାର୍ଯ୍ୟର ପରିଶୋଧରେ ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଇସ୍ରାଏଲ ମଧ୍ୟରେ ସମସ୍ତ ଦଶମାଂଶ ଦେଲୁ।

Numbers 18:21 (UKJV) And, behold, I have given the children of Levi all the tenth in Israel for an inheritance, for their service which they serve, even the service of the tabernacle of the congregation.

19ଇସ୍ରାଏଲ-ସନ୍ତାନଗଣ ଯେଉଁ ସମସ୍ତ ବସ୍ତୁ ପବିତ୍ର କରି ଉତ୍ତୋଳନୀୟ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସକଳ ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଓ ତୁମ୍ଭ ସଙ୍ଗେ ତୁମ୍ଭ ବଂଶ ପକ୍ଷରେ ଏହା ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳୀନ ଲବଣର ନିୟମ।”

20ଆହୁରି ସଦାପ୍ରଭୁ ହାରୋଣଙ୍କୁ କହିଲେ, “ସେମାନଙ୍କ ଭୂମିରେ ତୁମ୍ଭର କୌଣସି ଅଧିକାର ରହିବ ନାହିଁ; ଓ ସେମାନଙ୍କ ମଧ୍ୟରେ ତୁମ୍ଭର କୌଣସି ବାଣ୍ଟ ରହିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଆମ୍ଭେ ହିଁ ତୁମ୍ଭର ବାଣ୍ଟ ଓ ତୁମ୍ଭର ଅଧିକାର।

21ଆଉ ଦେଖ, ଲେବୀ-ସନ୍ତାନଗଣ ଯେଉଁ ସେବାକାର୍ଯ୍ୟ କରନ୍ତି, ସମାଗମ-ତମ୍ବୁ ସମ୍ବନ୍ଧୀୟ ସେମାନଙ୍କ ସେହି ସେବାକାର୍ଯ୍ୟର ପରିଶୋଧରେ ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଇସ୍ରାଏଲ ମଧ୍ୟରେ ସମସ୍ତ ଦଶମାଂଶ ଦେଲୁ।

22ଆଉ ଇସ୍ରାଏଲ-ସନ୍ତାନଗଣଙ୍କ ପାପ ବୋହି ଯେପରି ନ ମରନ୍ତି, ଏଥିପାଇଁ, ଏହି ସମୟଠାରୁ ସେମାନେ ସମାଗମ-ତମ୍ବୁ ନିକଟକୁ ଆସିବେ ନାହିଁ।

23ମାତ୍ର ଲେବୀୟମାନେ ସମାଗମ-ତମ୍ବୁର ସେବାକାର୍ଯ୍ୟ କରିବେ ଓ ସେମାନେ ଆପଣା ଆପଣା ଅପରାଧ ବୋହିବେ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମସ୍ଥାୟୀ ଅନନ୍ତକାଳୀନ ବିଧି, ପୁଣି, ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.