21ଆଉ ଦେଖ, ଲେବୀ-ସନ୍ତାନଗଣ ଯେଉଁ ସେବାକାର୍ଯ୍ୟ କରନ୍ତି, ସମାଗମ-ତମ୍ବୁ ସମ୍ବନ୍ଧୀୟ ସେମାନଙ୍କ ସେହି ସେବାକାର୍ଯ୍ୟର ପରିଶୋଧରେ ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଇସ୍ରାଏଲ ମଧ୍ୟରେ ସମସ୍ତ ଦଶମାଂଶ ଦେଲୁ।
22ଆଉ ଇସ୍ରାଏଲ-ସନ୍ତାନଗଣଙ୍କ ପାପ ବୋହି ଯେପରି ନ ମରନ୍ତି, ଏଥିପାଇଁ, ଏହି ସମୟଠାରୁ ସେମାନେ ସମାଗମ-ତମ୍ବୁ ନିକଟକୁ ଆସିବେ ନାହିଁ।
23ମାତ୍ର ଲେବୀୟମାନେ ସମାଗମ-ତମ୍ବୁର ସେବାକାର୍ଯ୍ୟ କରିବେ ଓ ସେମାନେ ଆପଣା ଆପଣା ଅପରାଧ ବୋହିବେ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମସ୍ଥାୟୀ ଅନନ୍ତକାଳୀନ ବିଧି, ପୁଣି, ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ।
24କାରଣ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ଦଶମାଂଶ ଉତ୍ସର୍ଗ କରନ୍ତି, ତାହା ଆମ୍ଭେ ଲେବୀୟମାନଙ୍କୁ ଅଧିକାରାର୍ଥେ ଦେଲୁ; ଏହେତୁ ଆମ୍ଭେ ସେମାନଙ୍କ ବିଷୟରେ କହିଲୁ, ‘ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନେ କୌଣସି ଅଧିକାର ପାଇବେ ନାହିଁ।’”
25ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,