22ଆଉ ଇସ୍ରାଏଲ-ସନ୍ତାନଗଣଙ୍କ ପାପ ବୋହି ଯେପରି ନ ମରନ୍ତି, ଏଥିପାଇଁ, ଏହି ସମୟଠାରୁ ସେମାନେ ସମାଗମ-ତମ୍ବୁ ନିକଟକୁ ଆସିବେ ନାହିଁ।
23ମାତ୍ର ଲେବୀୟମାନେ ସମାଗମ-ତମ୍ବୁର ସେବାକାର୍ଯ୍ୟ କରିବେ ଓ ସେମାନେ ଆପଣା ଆପଣା ଅପରାଧ ବୋହିବେ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମସ୍ଥାୟୀ ଅନନ୍ତକାଳୀନ ବିଧି, ପୁଣି, ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ।
24କାରଣ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ଦଶମାଂଶ ଉତ୍ସର୍ଗ କରନ୍ତି, ତାହା ଆମ୍ଭେ ଲେବୀୟମାନଙ୍କୁ ଅଧିକାରାର୍ଥେ ଦେଲୁ; ଏହେତୁ ଆମ୍ଭେ ସେମାନଙ୍କ ବିଷୟରେ କହିଲୁ, ‘ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନେ କୌଣସି ଅଧିକାର ପାଇବେ ନାହିଁ।’”
25ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
26“ଆହୁରି ତୁମ୍ଭେ ଲେବୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ତୁମ୍ଭମାନଙ୍କୁ ଦେଲୁ, ‘ତାହା ଯେଉଁ ସମୟରେ ତୁମ୍ଭେ ସେମାନଙ୍କଠାରୁ ଗ୍ରହଣ କରିବ, ସେହି ସମୟରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ସେହି ଦଶମାଂଶର ଦଶମାଂଶ ଉତ୍ସର୍ଗ କରିବ।