ଗଣନା ପୁସ୍ତକ 18

ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ଯେଉଁ ସମୟରେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେହି ସମୟରେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ।

Numbers 18:30 (UKJV) Therefore you shall say unto them, When all of you have heaved the best thereof from it, then it shall be counted unto the Levites as the increase of the threshing floor, and as the increase of the winepress.

28ଏହିରୂପେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ଗ୍ରହଣ କରିବ, ତହିଁରୁ ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ; ପୁଣି, ତହିଁରୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର ହାରୋଣ ଯାଜକକୁ ଦେବ।

29ତୁମ୍ଭମାନଙ୍କର ପ୍ରାପ୍ତ ସମସ୍ତ ଦାନ ମଧ୍ୟରୁ ସେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର, ଅର୍ଥାତ୍‍, ତହିଁର ସମସ୍ତ ଉତ୍ତମ ଦ୍ରବ୍ୟରୁ ତହିଁର ପବିତ୍ର ଅଂଶ ଉତ୍ସର୍ଗ କରିବ।’

30ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ଯେଉଁ ସମୟରେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେହି ସମୟରେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ।

31ପୁଣି, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିଜନଗଣ ସବୁ ସ୍ଥାନରେ ତାହା ଭୋଜନ କରିବ; କାରଣ ତାହା ସମାଗମ-ତମ୍ବୁରେ କୃତ ତୁମ୍ଭମାନଙ୍କ ସେବାକାର୍ଯ୍ୟ ପରିଶୋଧରେ ତୁମ୍ଭମାନଙ୍କର ପୁରସ୍କାର ଅଟେ।

32ଆଉ ତହିଁରୁ ସେହି ଉତ୍ତମ ଦ୍ରବ୍ୟ ଉପହାର ରୂପେ ଉତ୍ସର୍ଗ କଲେ, ତୁମ୍ଭେମାନେ ତଦ୍ଦ୍ୱାରା ଘଟିତ କୌଣସି ପାପ ବୋହିବ ନାହିଁ; ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ଇସ୍ରାଏଲ-ସନ୍ତାନଗଣର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.