2ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟ-ତମ୍ବୁ ସମ୍ମୁଖରେ ରହିବ।
3ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ।
4ସେମାନେ ତୁମ୍ଭ ସହିତ ଯୋଗ ଦେଇ ତମ୍ବୁର ସମସ୍ତ ସେବାକର୍ମ ଅନୁସାରେ ସମାଗମ-ତମ୍ବୁର ରକ୍ଷଣୀୟ ରକ୍ଷା କରିବେ, ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ।
5ପୁଣି, ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ।
6ଆଉ ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ତୁମ୍ଭମାନଙ୍କର ଭ୍ରାତୃଗଣ ଲେବୀୟମାନଙ୍କୁ ଗ୍ରହଣ କରିଅଛୁ, ସେମାନେ ସମାଗମ-ତମ୍ବୁର ସେବାକର୍ମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ଦାନ ଅଟନ୍ତି।