7ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦ ବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।”
8ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ଆହୁରି ଆମ୍ଭେ, ଦେଖ, ଆମ୍ଭେ ଆପଣା ଉତ୍ତୋଳନୀୟ ଉପହାର, ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପବିତ୍ରୀକୃତ ଦ୍ରବ୍ୟର ଭାର ତୁମ୍ଭଙ୍କୁ ଦେଲୁ, ତୁମ୍ଭର ଅଭିଷେକ ସକାଶୁ ତୁମ୍ଭକୁ ଓ ତୁମ୍ଭର ସନ୍ତାନଗଣକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ତାହାସବୁ ଦେଲୁ।
9ଅଗ୍ନିକୃତ ମହାପବିତ୍ର ଉପହାର ମଧ୍ୟରୁ ରକ୍ଷିତ ଏହାସବୁ ତୁମ୍ଭର ହେବ; ଆମ୍ଭ ଉଦ୍ଦେଶ୍ୟରେ ସେମାନେ ଯାହା ଉତ୍ସର୍ଗ କରିବେ, ଏପରି ସେମାନଙ୍କର ପ୍ରତ୍ୟେକ ଉପହାର, ଅର୍ଥାତ୍, ସେମାନଙ୍କର ପ୍ରତ୍ୟେକ ଭକ୍ଷ୍ୟ ନୈବେଦ୍ୟ ଓ ସେମାନଙ୍କର ପ୍ରତ୍ୟେକ ପାପାର୍ଥକ ବଳି ଓ ସେମାନଙ୍କର ପ୍ରତ୍ୟେକ ଦୋଷାର୍ଥକ ବଳି ତୁମ୍ଭ ଓ ତୁମ୍ଭ ପୁତ୍ରଗଣ ନିମନ୍ତେ ମହାପବିତ୍ର ହେବ।
10ତୁମ୍ଭେ ତାହା ମହାପବିତ୍ର ଦ୍ରବ୍ୟ ଭାବି ତହିଁରୁ ଭୋଜନ କରିବ; ପ୍ରତ୍ୟେକ ପୁରୁଷ ତହିଁରୁ ଭୋଜନ କରିବ; ତାହା ତୁମ୍ଭ ପ୍ରତି ପବିତ୍ର ହେବ।
11ଆଉ ଏହା ତୁମ୍ଭର ଅଟେ; ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର; ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତାହାସବୁ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।