ଗଣନା ପୁସ୍ତକ 19

ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,

Numbers 19:1 (UKJV) And the LORD spoke unto Moses and unto Aaron, saying,

1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,

2“ସଦାପ୍ରଭୁ ଏହି ଶାସ୍ତ୍ରୀୟ ବିଧି କହି ଆଜ୍ଞା ଦେଇଅଛନ୍ତି, ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ଯେଉଁଠାରେ କଳଙ୍କ ନାହିଁ ଓ ଯାହା ଉପରେ କେବେ ଯୁଆଳି ଦିଆଯାଇ ନାହିଁ, ଏପରି ଏକ ନିଖୁନ୍ତା ଲାଲି ଗାଭୀକୁ ସେମାନେ ତୁମ୍ଭ ନିକଟକୁ ଆଣନ୍ତୁ।

3ତହୁଁ ତୁମ୍ଭେମାନେ ସେହି ଗାଭୀକୁ ଇଲୀୟାସର ଯାଜକକୁ ଦେବ, ପୁଣି, ସେ ତାହାକୁ ଛାଉଣି ବାହାରକୁ ଆଣନ୍ତେ, ଜଣେ ତାହା ସମ୍ମୁଖରେ ତାକୁ ବଧ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.