15ଆଉ ପ୍ରତ୍ୟେକ ମେଲା ପାତ୍ର, ଯହିଁରେ ଢାଙ୍କୁଣୀ ବନ୍ଧା ନ ଥାଏ, ତାହା ଅଶୁଚି ହେବ।
16ପୁଣି, ଯେକେହି ମେଲା କ୍ଷେତ୍ରରେ ଖଡ୍ଗହତ କିମ୍ବା ମୃତ ଦେହ କିମ୍ବା ମନୁଷ୍ୟର ଅସ୍ଥି କିମ୍ବା କବର ଛୁଏଁ, ସେ ସାତ ଦିନ ଅଶୁଚି ହେବ।
17ଆଉ ଲୋକମାନେ ସେହି ଅଶୁଚି ଲୋକ ନିମନ୍ତେ ପାପାର୍ଥରେ ଦଗ୍ଧ ବଳିର ଭସ୍ମ ନେବେ ଓ ଏକ ପାତ୍ରରେ ତାହା ରଖି ତହିଁ ଉପରେ ସ୍ରୋତଜଳ ଦିଆଯିବ।
18ଏଉତ୍ତାରେ କୌଣସି ଶୁଚି ମନୁଷ୍ୟ ଏସୋବ ଶାଖା ନେଇ ଏହି ଜଳରେ ଡୁବାଇ ସେହି ତମ୍ବୁ ଉପରେ ଓ ସମସ୍ତ ପାତ୍ର ଉପରେ ଓ ସେଠାରେ ଥିବା ସମସ୍ତ ଲୋକ ଉପରେ, ପୁଣି, ଅସ୍ଥି କିମ୍ବା ହତ କିମ୍ବା ମୃତ କିମ୍ବା କବର ଛୁଇଁବା ଲୋକ ଉପରେ ତାହା ଛିଞ୍ଚିବ।
19ପୁଣି, ସେହି ଶୁଚି ଲୋକ ତୃତୀୟ ଦିନରେ ଓ ସପ୍ତମ ଦିନରେ ଅଶୁଚି ଲୋକ ଉପରେ ତାହା ଛିଞ୍ଚିବ; ତହୁଁ ସେ ସପ୍ତମ ଦିନରେ ଆପଣାକୁ ପରିଷ୍କାର କରିବ ଓ ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ସମୟରେ ଶୁଚି ହେବ।