16ପୁଣି, ଯେକେହି ମେଲା କ୍ଷେତ୍ରରେ ଖଡ୍ଗହତ କିମ୍ବା ମୃତ ଦେହ କିମ୍ବା ମନୁଷ୍ୟର ଅସ୍ଥି କିମ୍ବା କବର ଛୁଏଁ, ସେ ସାତ ଦିନ ଅଶୁଚି ହେବ।
17ଆଉ ଲୋକମାନେ ସେହି ଅଶୁଚି ଲୋକ ନିମନ୍ତେ ପାପାର୍ଥରେ ଦଗ୍ଧ ବଳିର ଭସ୍ମ ନେବେ ଓ ଏକ ପାତ୍ରରେ ତାହା ରଖି ତହିଁ ଉପରେ ସ୍ରୋତଜଳ ଦିଆଯିବ।
18ଏଉତ୍ତାରେ କୌଣସି ଶୁଚି ମନୁଷ୍ୟ ଏସୋବ ଶାଖା ନେଇ ଏହି ଜଳରେ ଡୁବାଇ ସେହି ତମ୍ବୁ ଉପରେ ଓ ସମସ୍ତ ପାତ୍ର ଉପରେ ଓ ସେଠାରେ ଥିବା ସମସ୍ତ ଲୋକ ଉପରେ, ପୁଣି, ଅସ୍ଥି କିମ୍ବା ହତ କିମ୍ବା ମୃତ କିମ୍ବା କବର ଛୁଇଁବା ଲୋକ ଉପରେ ତାହା ଛିଞ୍ଚିବ।
19ପୁଣି, ସେହି ଶୁଚି ଲୋକ ତୃତୀୟ ଦିନରେ ଓ ସପ୍ତମ ଦିନରେ ଅଶୁଚି ଲୋକ ଉପରେ ତାହା ଛିଞ୍ଚିବ; ତହୁଁ ସେ ସପ୍ତମ ଦିନରେ ଆପଣାକୁ ପରିଷ୍କାର କରିବ ଓ ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ସମୟରେ ଶୁଚି ହେବ।
20ମାତ୍ର ଯେଉଁ ଲୋକ ଅଶୁଚି ହୋଇ ଆପଣାକୁ ପରିଷ୍କାର ନ କରିବ, ସେହି ପ୍ରାଣୀ ସମାଜ ମଧ୍ୟରୁ ଉଚ୍ଛିନ୍ନ ହେବ, କାରଣ ସେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ଅଶୁଚି କଲା; ତାହା ଉପରେ ଅଶୌଚାର୍ଥକ ଜଳ ସେଚିତ ହେଲା ନାହିଁ; ସେ ଅଶୁଚି।