18ଏଉତ୍ତାରେ କୌଣସି ଶୁଚି ମନୁଷ୍ୟ ଏସୋବ ଶାଖା ନେଇ ଏହି ଜଳରେ ଡୁବାଇ ସେହି ତମ୍ବୁ ଉପରେ ଓ ସମସ୍ତ ପାତ୍ର ଉପରେ ଓ ସେଠାରେ ଥିବା ସମସ୍ତ ଲୋକ ଉପରେ, ପୁଣି, ଅସ୍ଥି କିମ୍ବା ହତ କିମ୍ବା ମୃତ କିମ୍ବା କବର ଛୁଇଁବା ଲୋକ ଉପରେ ତାହା ଛିଞ୍ଚିବ।
19ପୁଣି, ସେହି ଶୁଚି ଲୋକ ତୃତୀୟ ଦିନରେ ଓ ସପ୍ତମ ଦିନରେ ଅଶୁଚି ଲୋକ ଉପରେ ତାହା ଛିଞ୍ଚିବ; ତହୁଁ ସେ ସପ୍ତମ ଦିନରେ ଆପଣାକୁ ପରିଷ୍କାର କରିବ ଓ ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ସମୟରେ ଶୁଚି ହେବ।
20ମାତ୍ର ଯେଉଁ ଲୋକ ଅଶୁଚି ହୋଇ ଆପଣାକୁ ପରିଷ୍କାର ନ କରିବ, ସେହି ପ୍ରାଣୀ ସମାଜ ମଧ୍ୟରୁ ଉଚ୍ଛିନ୍ନ ହେବ, କାରଣ ସେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ଅଶୁଚି କଲା; ତାହା ଉପରେ ଅଶୌଚାର୍ଥକ ଜଳ ସେଚିତ ହେଲା ନାହିଁ; ସେ ଅଶୁଚି।
21ଏହା ସେମାନଙ୍କ ପାଳନୀୟ ଅନନ୍ତକାଳୀନ ବିଧି ହେବ; ଆଉ ଯେକେହି ସେହି ଅଶୌଚାର୍ଥକ ଜଳ ସେଚନ କରେ, ସେ ଆପଣା ବସ୍ତ୍ର ଧୋଇବ; ପୁଣି, ଯେକେହି ସେହି ଅଶୌଚାର୍ଥକ ଜଳ ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହେବ।
22ପୁଣି, ସେ ଅଶୁଚି ଲୋକ ଯାହା କିଛି ଛୁଏଁ, ତାହା ଅଶୁଚି ହେବ; ଆଉ ଯେଉଁ ପ୍ରାଣୀ ତାହା ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।”