ଗଣନା ପୁସ୍ତକ 19

ଆଉ ଯେଉଁ ଲୋକ ସେହି ଗାଭୀକୁ ଦଗ୍ଧ କରିବ, ସେ ଜଳରେ ଆପଣା ବସ୍ତ୍ର ଧୋଇବ, ଆପଣା ଶରୀରକୁ ଜଳରେ ସ୍ନାନ କରାଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Numbers 19:8 (UKJV) And he that burns her shall wash his clothes in water, and bathe his flesh in water, and shall be unclean until the even.

6ତହୁଁ ଯାଜକ ଏରସ କାଠ, ଏସୋବ ଓ ସିନ୍ଦୂର ବର୍ଣ୍ଣ (ଲୋମ) ନେଇ ସେହି ଗାଭୀଦାହର ଅଗ୍ନି ମଧ୍ୟରେ ପକାଇବ।

7ତେବେ ଯାଜକ ଆପଣା ବସ୍ତ୍ର ଧୋଇବ ଓ ଶରୀରକୁ ଜଳରେ ସ୍ନାନ କରାଇବ; ତହିଁ ଉତ୍ତାରେ ସେ ଛାଉଣିକୁ ଆସିବ, ପୁଣି, ଯାଜକ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

8ଆଉ ଯେଉଁ ଲୋକ ସେହି ଗାଭୀକୁ ଦଗ୍ଧ କରିବ, ସେ ଜଳରେ ଆପଣା ବସ୍ତ୍ର ଧୋଇବ, ଆପଣା ଶରୀରକୁ ଜଳରେ ସ୍ନାନ କରାଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

9ଏଉତ୍ତାରେ କୌଣସି ଶୁଚି ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନରେ ରହିବ; ପୁଣି, ତାହା ଇସ୍ରାଏଲ-ସନ୍ତାନଗଣଙ୍କର ମଣ୍ଡଳୀ ପାଇଁ ଅଶୌଚାର୍ଥକ ଜଳ ନିମନ୍ତେ ରଖାଯିବ; ତାହା ପାପାର୍ଥକ ବଳି ଅଟେ।

10ଆଉ ଯେଉଁ ଲୋକ ସେହି ଗାଭୀର ଭସ୍ମ ସଂଗ୍ରହ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଏହା ଇସ୍ରାଏଲ-ସନ୍ତାନଗଣର ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀର ପାଳନୀୟ ଅନନ୍ତକାଳୀନ ବିଧି ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.