ଗଣନା ପୁସ୍ତକ 20

ଏହିସବୁ ମିରୀବାଃ ଜଳ, (ବିବାଦର ଜଳ); ଯେହେତୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ସହିତ ବିବାଦ କଲେ ଓ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେଲେ।

Numbers 20:13 (UKJV) This is the water of Meribah; because the children of Israel strove with the LORD, and he was sanctified in them.

11ଏଉତ୍ତାରେ ମୋଶା ହସ୍ତ ଉଠାଇ ଆପଣା ଯଷ୍ଟିରେ ସେହି ଶୈଳକୁ ଦୁଇ ଥର ଆଘାତ କଲେ; ତହିଁରେ ପ୍ରଚୁର ଜଳ ବାହାରିଲା, ପୁଣି, ମଣ୍ଡଳୀ ଓ ସେମାନଙ୍କ ପଶୁଗଣ ପାନ କଲେ।

12ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଇସ୍ରାଏଲ ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ୱାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ଡଳୀକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ।”

13ଏହିସବୁ ମିରୀବାଃ ଜଳ, (ବିବାଦର ଜଳ); ଯେହେତୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ସହିତ ବିବାଦ କଲେ ଓ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେଲେ।

14ଏଥିଉତ୍ତାରେ ମୋଶା କାଦେଶରୁ ଇଦୋମୀୟ ରାଜା ନିକଟକୁ ଦୂତମାନଙ୍କ ଦ୍ୱାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇସ୍ରାଏଲ ଏରୂପ କହଇ, “ଆମ୍ଭମାନଙ୍କ ପ୍ରତି ଯେଉଁ ସମସ୍ତ କ୍ଳେଶ ଘଟିଅଛି,

15ଅର୍ଥାତ୍‍, କିପରି ଆମ୍ଭମାନଙ୍କର ପୂର୍ବପୁରୁଷମାନେ ମିସରକୁ ଗଲେ ଓ ମିସରରେ ଦୀର୍ଘ କାଳ ବାସ କଲେ ଆଉ ମିସରୀୟମାନେ ଆମ୍ଭମାନଙ୍କ ପ୍ରତି ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି କୁବ୍ୟବହାର କଲେ, ତାହା ତୁମ୍ଭେ ଜାଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.