12ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଇସ୍ରାଏଲ ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ୱାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ଡଳୀକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ।”
13ଏହିସବୁ ମିରୀବାଃ ଜଳ, (ବିବାଦର ଜଳ); ଯେହେତୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ସହିତ ବିବାଦ କଲେ ଓ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେଲେ।
14ଏଥିଉତ୍ତାରେ ମୋଶା କାଦେଶରୁ ଇଦୋମୀୟ ରାଜା ନିକଟକୁ ଦୂତମାନଙ୍କ ଦ୍ୱାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇସ୍ରାଏଲ ଏରୂପ କହଇ, “ଆମ୍ଭମାନଙ୍କ ପ୍ରତି ଯେଉଁ ସମସ୍ତ କ୍ଳେଶ ଘଟିଅଛି,
15ଅର୍ଥାତ୍, କିପରି ଆମ୍ଭମାନଙ୍କର ପୂର୍ବପୁରୁଷମାନେ ମିସରକୁ ଗଲେ ଓ ମିସରରେ ଦୀର୍ଘ କାଳ ବାସ କଲେ ଆଉ ମିସରୀୟମାନେ ଆମ୍ଭମାନଙ୍କ ପ୍ରତି ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି କୁବ୍ୟବହାର କଲେ, ତାହା ତୁମ୍ଭେ ଜାଣ।
16ସେହି ସମୟରେ ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କ୍ରନ୍ଦନ କରନ୍ତେ, ସେ ଆମ୍ଭମାନଙ୍କ ରବ ଶୁଣିଲେ, ପୁଣି, ଏକ ଦୂତ ପଠାଇ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ; ଆଉ ଦେଖ, ଏବେ ଆମ୍ଭେମାନେ ତୁମ୍ଭ ଦେଶର ପ୍ରାନ୍ତସ୍ଥିତ କାଦେଶ ନଗରରେ ଅଛୁ;