17ମୁଁ ବିନୟ କରୁଅଛି, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କିମ୍ବା ଦ୍ରାକ୍ଷାକ୍ଷେତ୍ର ମଧ୍ୟଦେଇ ଯିବୁ ନାହିଁ, କିଅବା କୂପ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ରାଜପଥ ଦେଇ ଗମନ କରିବୁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ଦକ୍ଷିଣରେ କି ବାମରେ ଫେରିବୁ ନାହିଁ।”
18ତହିଁରେ ଇଦୋମ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭ (ଦେଶର) ମଧ୍ୟଦେଇ ଯିବ ନାହିଁ, ଗଲେ ଆମ୍ଭେ ଖଡ୍ଗ ନେଇ ତୁମ୍ଭ ବିରୁଦ୍ଧରେ ବାହାର ହେବା।”
19ସେତେବେଳେ ଇସ୍ରାଏଲ-ସନ୍ତାନଗଣ ତାଙ୍କୁ କହିଲେ, “ଆମ୍ଭେମାନେ କେବଳ ସଡ଼କ ଦେଇ ଯିବୁ ଯଦି ଆମ୍ଭେମାନେ, ଆମ୍ଭେ କି ଆମ୍ଭ ପଶୁମାନେ ତୁମ୍ଭ ଜଳ ପାନ କରିବୁ, ତେବେ ଆମ୍ଭେ ତହିଁର ମୂଲ୍ୟ ଦେବୁ; ଆଉ କିଛି କଥା ନାହିଁ, କେବଳ ଆମ୍ଭକୁ ଆପଣା ପାଦରେ (ଦେଶ) ଦେଇ ଯିବାକୁ ଦିଅ।”
20ତହୁଁ ସେ କହିଲେ, “ତୁମ୍ଭେ (ଦେଶ) ଦେଇ ଯିବ ନାହିଁ। ଏଉତ୍ତାରେ ଇଦୋମ ଅନେକ ଲୋକ ସଙ୍ଗରେ ନେଇ ମହାବଳରେ ତାଙ୍କ ବିରୁଦ୍ଧରେ ବାହାର ହେଲେ।”
21ଏହିରୂପେ ଇଦୋମ ଇସ୍ରାଏଲକୁ ଆପଣା ସୀମା ଦେଇ ଯିବାର ଅନୁମତି ଦେବାକୁ ଅସ୍ୱୀକାର କଲେ; ଏଣୁ ଇସ୍ରାଏଲ ତାଙ୍କ ନିକଟରୁ ଫେରିଗଲେ।