ଗଣନା ପୁସ୍ତକ 20

ଏହିରୂପେ ଇଦୋମ ଇସ୍ରାଏଲକୁ ଆପଣା ସୀମା ଦେଇ ଯିବାର ଅନୁମତି ଦେବାକୁ ଅସ୍ୱୀକାର କଲେ; ଏଣୁ ଇସ୍ରାଏଲ ତାଙ୍କ ନିକଟରୁ ଫେରିଗଲେ।

Numbers 20:21 (UKJV) Thus Edom refused to give Israel passage through his border: wherefore Israel turned away from him.

19ସେତେବେଳେ ଇସ୍ରାଏଲ-ସନ୍ତାନଗଣ ତାଙ୍କୁ କହିଲେ, “ଆମ୍ଭେମାନେ କେବଳ ସଡ଼କ ଦେଇ ଯିବୁ ଯଦି ଆମ୍ଭେମାନେ, ଆମ୍ଭେ କି ଆମ୍ଭ ପଶୁମାନେ ତୁମ୍ଭ ଜଳ ପାନ କରିବୁ, ତେବେ ଆମ୍ଭେ ତହିଁର ମୂଲ୍ୟ ଦେବୁ; ଆଉ କିଛି କଥା ନାହିଁ, କେବଳ ଆମ୍ଭକୁ ଆପଣା ପାଦରେ (ଦେଶ) ଦେଇ ଯିବାକୁ ଦିଅ।”

20ତହୁଁ ସେ କହିଲେ, “ତୁମ୍ଭେ (ଦେଶ) ଦେଇ ଯିବ ନାହିଁ। ଏଉତ୍ତାରେ ଇଦୋମ ଅନେକ ଲୋକ ସଙ୍ଗରେ ନେଇ ମହାବଳରେ ତାଙ୍କ ବିରୁଦ୍ଧରେ ବାହାର ହେଲେ।”

21ଏହିରୂପେ ଇଦୋମ ଇସ୍ରାଏଲକୁ ଆପଣା ସୀମା ଦେଇ ଯିବାର ଅନୁମତି ଦେବାକୁ ଅସ୍ୱୀକାର କଲେ; ଏଣୁ ଇସ୍ରାଏଲ ତାଙ୍କ ନିକଟରୁ ଫେରିଗଲେ।

22ଏଥିଉତ୍ତାରେ ସେମାନେ କାଦେଶରୁ ଯାତ୍ରା କଲେ ତହୁଁ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍‍, ସମସ୍ତ ମଣ୍ଡଳୀ ହୋର ପର୍ବତରେ ଉପସ୍ଥିତ ହେଲେ।

23ସେତେବେଳେ ଇଦୋମ ଦେଶର ସୀମା ନିକଟସ୍ଥ ହୋର ପର୍ବତରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.