ଗଣନା ପୁସ୍ତକ 20

ପୁଣି, ହାରୋଣଠାରୁ ତାହାର ବସ୍ତ୍ର କାଢ଼ି ତାହାର ପୁତ୍ର ଇଲୀୟାସରକୁ ପିନ୍ଧାଅ; ଯେଣୁ ହାରୋଣ (ଆପଣା ଲୋକମାନଙ୍କ ନିକଟରେ) ସଂଗୃହୀତ ହେବ ଓ ସେ ସେହି ସ୍ଥାନରେ ମରିବ।”

Numbers 20:26 (UKJV) And strip Aaron of his garments, and put them upon Eleazar his son: and Aaron shall be gathered unto his people, and shall die there.

24“ଏହା ହାରୋଣର ମୃତ୍ୟୁର ସମୟ ଅଟେ; କାରଣ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ସେ ପ୍ରବେଶ କରିବ ନାହିଁ, ଯେହେତୁ ମିରୀବାଃ ଜଳ ନିକଟରେ ତୁମ୍ଭେମାନେ ଆମ୍ଭ ଆଜ୍ଞାର ବିରୁଦ୍ଧ କର୍ମ କରିଥିଲ।

25ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ର ଇଲୀୟାସରକୁ ହୋର ପର୍ବତ ଉପରକୁ ନେଇଯାଅ।

26ପୁଣି, ହାରୋଣଠାରୁ ତାହାର ବସ୍ତ୍ର କାଢ଼ି ତାହାର ପୁତ୍ର ଇଲୀୟାସରକୁ ପିନ୍ଧାଅ; ଯେଣୁ ହାରୋଣ (ଆପଣା ଲୋକମାନଙ୍କ ନିକଟରେ) ସଂଗୃହୀତ ହେବ ଓ ସେ ସେହି ସ୍ଥାନରେ ମରିବ।”

27ତହୁଁ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ଆଉ ସେମାନେ ସମସ୍ତେ ମଣ୍ଡଳୀର ସାକ୍ଷାତରେ ହୋର ପର୍ବତକୁ ଉଠିଗଲେ।

28ତେବେ ମୋଶା ହାରୋଣଙ୍କର ବସ୍ତ୍ର କାଢ଼ି ତାଙ୍କର ପୁତ୍ର ଇଲୀୟାସରକୁ ପିନ୍ଧାଇଲେ, ପୁଣି, ହାରୋଣ ସେହି ସ୍ଥାନରେ ପର୍ବତ ଶୃଙ୍ଗରେ ମଲେ; ତହୁଁ ମୋଶା ଓ ଇଲୀୟାସର ପର୍ବତରୁ ଓହ୍ଲାଇ ଆସିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.