ଗଣନା ପୁସ୍ତକ 20

ପୁଣି, ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, “ହାୟ, ଆମ୍ଭମାନଙ୍କ ଭାଇମାନେ ଯେତେବେଳେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ, ସେହି ସମୟରେ ଯଦି ଆମ୍ଭେମାନେ ମରିଥାʼନ୍ତୁ।

Numbers 20:3 (UKJV) And the people find fault with Moses, and spoke, saying, Would God that we had died when our brethren died before the LORD!

1ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ପ୍ରଥମ ମାସରେ ସୀନ୍‍ ପ୍ରାନ୍ତରରେ ଉପସ୍ଥିତ ହେଲେ ଓ ଲୋକମାନେ କାଦେଶରେ ବାସ କଲେ; ପୁଣି, ସେହି ସ୍ଥାନରେ ମରୀୟମ ମଲେ ଓ ସେଠାରେ ତାଙ୍କୁ କବର ଦିଆଗଲା।

2ଆଉ ସେହି ସ୍ଥାନରେ ମଣ୍ଡଳୀ ନିମନ୍ତେ ଜଳ ନ ଥିଲା; ତହିଁରେ ଲୋକମାନେ ମୋଶାଙ୍କ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେଲେ।

3ପୁଣି, ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, “ହାୟ, ଆମ୍ଭମାନଙ୍କ ଭାଇମାନେ ଯେତେବେଳେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ, ସେହି ସମୟରେ ଯଦି ଆମ୍ଭେମାନେ ମରିଥାʼନ୍ତୁ।

4ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ସମାଜକୁ ବାହାର କରି ଏହି ପ୍ରାନ୍ତରକୁ ଆଣିଲ, ଯେପରିକି ଆମ୍ଭେମାନେ ଓ ଆମ୍ଭମାନଙ୍କର ପଶୁମାନେ ଏହିଠାରେ ମରିବୁ?

5ଆଉ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲ, କି ଏହି କଦର୍ଯ୍ୟ ସ୍ଥାନକୁ ଆଣିବାକୁ? ଏ ତ ଶସ୍ୟ କି ଡିମ୍ବିରି କି ଦ୍ରାକ୍ଷା କି ଡାଳିମ୍ବର ସ୍ଥାନ ନୁହେଁ; କିଅବା ଏଠାରେ ପିଇବାକୁ ଜଳ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.