5ଆଉ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲ, କି ଏହି କଦର୍ଯ୍ୟ ସ୍ଥାନକୁ ଆଣିବାକୁ? ଏ ତ ଶସ୍ୟ କି ଡିମ୍ବିରି କି ଦ୍ରାକ୍ଷା କି ଡାଳିମ୍ବର ସ୍ଥାନ ନୁହେଁ; କିଅବା ଏଠାରେ ପିଇବାକୁ ଜଳ ନାହିଁ।”
6ଏଥିରେ ମୋଶା ଓ ହାରୋଣ ସମାଜ ସାକ୍ଷାତରୁ ସମାଗମ-ତମ୍ବୁ ଦ୍ୱାରକୁ ଯାଇ ମୁହଁ ମାଡ଼ି ପଡ଼ିଲେ; ତହୁଁ ସଦାପ୍ରଭୁଙ୍କ ପ୍ରତାପ ସେମାନଙ୍କ ପ୍ରତି ପ୍ରକାଶ ପାଇଲା।
7ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
8“ତୁମ୍ଭେ ଯଷ୍ଟି ନିଅ, ପୁଣି, ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ମଣ୍ଡଳୀକୁ ଏକତ୍ର କର, ଆଉ ତୁମ୍ଭେମାନେ ସେମାନଙ୍କ ଦୃଷ୍ଟିଗୋଚରରେ ସେହି ଶୈଳକୁ ଆପଣା ଜଳ ଦେବା ପାଇଁ ଆଜ୍ଞା ଦିଅ; ତହିଁରେ ତୁମ୍ଭେ ସେମାନଙ୍କ ନିମନ୍ତେ ଶୈଳରୁ ଜଳ ବାହାର କରି ମଣ୍ଡଳୀକୁ ଓ ସେମାନଙ୍କ ପଶୁଗଣକୁ ପାନ କରାଇବ।”
9ତହୁଁ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ତାହାଙ୍କ ଆଜ୍ଞା ପ୍ରମାଣେ ଯଷ୍ଟି ନେଲେ।