6ଏଥିରେ ମୋଶା ଓ ହାରୋଣ ସମାଜ ସାକ୍ଷାତରୁ ସମାଗମ-ତମ୍ବୁ ଦ୍ୱାରକୁ ଯାଇ ମୁହଁ ମାଡ଼ି ପଡ଼ିଲେ; ତହୁଁ ସଦାପ୍ରଭୁଙ୍କ ପ୍ରତାପ ସେମାନଙ୍କ ପ୍ରତି ପ୍ରକାଶ ପାଇଲା।
7ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
8“ତୁମ୍ଭେ ଯଷ୍ଟି ନିଅ, ପୁଣି, ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ମଣ୍ଡଳୀକୁ ଏକତ୍ର କର, ଆଉ ତୁମ୍ଭେମାନେ ସେମାନଙ୍କ ଦୃଷ୍ଟିଗୋଚରରେ ସେହି ଶୈଳକୁ ଆପଣା ଜଳ ଦେବା ପାଇଁ ଆଜ୍ଞା ଦିଅ; ତହିଁରେ ତୁମ୍ଭେ ସେମାନଙ୍କ ନିମନ୍ତେ ଶୈଳରୁ ଜଳ ବାହାର କରି ମଣ୍ଡଳୀକୁ ଓ ସେମାନଙ୍କ ପଶୁଗଣକୁ ପାନ କରାଇବ।”
9ତହୁଁ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ତାହାଙ୍କ ଆଜ୍ଞା ପ୍ରମାଣେ ଯଷ୍ଟି ନେଲେ।
10ପୁଣି, ମୋଶା ଓ ହାରୋଣ ସେହି ଶୈଳ ସମ୍ମୁଖରେ ସମାଜକୁ ଏକତ୍ର କଲେ, ଆଉ ସେ ସେମାନଙ୍କୁ କହିଲେ, “ହେ ବିଦ୍ରୋହୀଗଣ, ଶୁଣ, ଆମ୍ଭେମାନେ କି ତୁମ୍ଭମାନଙ୍କ ନିମନ୍ତେ ଏହି ଶୈଳରୁ ଜଳ ବାହାର କରିବା?”