ଗଣନା ପୁସ୍ତକ 21

କାରଣ ହିଷ୍‍ବୋନ ଇମୋରୀୟମାନଙ୍କ ରାଜା ସୀହୋନଙ୍କ ନଗର ଥିଲା, ସେ ମୋୟାବର ପୂର୍ବ ରାଜାର ପ୍ରତିକୂଳରେ ଯୁଦ୍ଧ କରି ତାହା ହସ୍ତରୁ ଅର୍ଣ୍ଣୋନ ପର୍ଯ୍ୟନ୍ତ ତାହାର ସମସ୍ତ ଦେଶ ନେଇଥିଲେ।

Numbers 21:26 (UKJV) For Heshbon was the city of Sihon the king of the Amorites, who had fought against the former king of Moab, and taken all his land out of his hand, even unto Arnon.

24ତହିଁରେ ଇସ୍ରାଏଲ ଖଡ୍ଗଧାରରେ ତାଙ୍କୁ ଆଘାତ କରି ଅର୍ଣ୍ଣୋନଠାରୁ ଯବ୍ବୋକ୍‍ ପର୍ଯ୍ୟନ୍ତ, ଅର୍ଥାତ୍‍, ଅମ୍ମୋନ-ସନ୍ତାନଗଣଙ୍କର ସୀମା ପର୍ଯ୍ୟନ୍ତ, ତାହାର ଦେଶ ଅଧିକାର କଲେ; କାରଣ ଅମ୍ମୋନ-ସନ୍ତାନଗଣଙ୍କର ସୀମା ଦୃଢ଼ ଥିଲା।

25ଏହିରୂପେ ଇସ୍ରାଏଲ ସେହି ସମସ୍ତ ନଗର ହସ୍ତଗତ କଲେ ଓ ଇସ୍ରାଏଲ ଇମୋରୀୟମାନଙ୍କର ସମସ୍ତ ନଗରରେ, ଅର୍ଥାତ୍‍ ହିଷ୍‍ବୋନରେ ଓ ତହିଁର ସମସ୍ତ ନଗରରେ ବାସ କଲେ।

26କାରଣ ହିଷ୍‍ବୋନ ଇମୋରୀୟମାନଙ୍କ ରାଜା ସୀହୋନଙ୍କ ନଗର ଥିଲା, ସେ ମୋୟାବର ପୂର୍ବ ରାଜାର ପ୍ରତିକୂଳରେ ଯୁଦ୍ଧ କରି ତାହା ହସ୍ତରୁ ଅର୍ଣ୍ଣୋନ ପର୍ଯ୍ୟନ୍ତ ତାହାର ସମସ୍ତ ଦେଶ ନେଇଥିଲେ।

27ଏନିମନ୍ତେ କବିମାନେ କହନ୍ତି, “ତୁମ୍ଭେମାନେ ହିଷ୍‍ବୋନକୁ ଆସ, ସୀହୋନର ନଗର ନିର୍ମିତ ଓ ଦୃଢ଼ୀକୃତ ହେଉ;

28କାରଣ ହିଷ୍‍ବୋନଠାରୁ ଅଗ୍ନି, ସୀହୋନ ନଗରଠାରୁ ଅଗ୍ନିଶିଖା ନିର୍ଗତ ହୋଇଅଛି; ତାହା ମୋୟାବର ଆର ନଗରକୁ, ଅର୍ଣ୍ଣୋନସ୍ଥ ଉଚ୍ଚସ୍ଥଳୀର ଦେବଗଣକୁ ଗ୍ରାସ କରିଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.