28କାରଣ ହିଷ୍ବୋନଠାରୁ ଅଗ୍ନି, ସୀହୋନ ନଗରଠାରୁ ଅଗ୍ନିଶିଖା ନିର୍ଗତ ହୋଇଅଛି; ତାହା ମୋୟାବର ଆର ନଗରକୁ, ଅର୍ଣ୍ଣୋନସ୍ଥ ଉଚ୍ଚସ୍ଥଳୀର ଦେବଗଣକୁ ଗ୍ରାସ କରିଅଛି।
29ହେ ମୋୟାବ, ତୁମ୍ଭର ସନ୍ତାପ ହେଲା! ହେ କମୋଶର ଲୋକଗଣ, ତୁମ୍ଭେମାନେ ଉଚ୍ଛିନ୍ନ ହେଲ; ସେ ତାହାର ପୁତ୍ରଗଣକୁ ପଳାତକ ରୂପେ ଓ ତାହାର କନ୍ୟାଗଣକୁ ବନ୍ଦୀ ରୂପେ ଇମୋରୀୟ ରାଜା ସୀହୋନର ହସ୍ତରେ ସମର୍ପଣ କରିଅଛି;
30ଆମ୍ଭେମାନେ ସେମାନଙ୍କୁ ବାଣ ମାରିଅଛୁ; ହିଷ୍ବୋନ ଦୀବୋନ୍ ପର୍ଯ୍ୟନ୍ତ ବିନଷ୍ଟ ହେଲା, ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ୱଂସ କଲୁ, ତାହା ମେଦବା ପର୍ଯ୍ୟନ୍ତ ବ୍ୟାପଇ।”
31ଏହିରୂପେ ଇସ୍ରାଏଲ ଇମୋରୀୟମାନଙ୍କ ଦେଶରେ ବାସ କଲେ।
32ଏଥିଉତ୍ତାରେ ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ଲୋକ ପଠାନ୍ତେ, ସେମାନେ ତହିଁର ସକଳ ନଗର ହସ୍ତଗତ କଲେ ଓ ସେଠାସ୍ଥିତ ଇମୋରୀୟମାନଙ୍କୁ ତଡ଼ିଦେଲେ।