ଗଣନା ପୁସ୍ତକ 21

ଏଥିଉତ୍ତାରେ ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ଲୋକ ପଠାନ୍ତେ, ସେମାନେ ତହିଁର ସକଳ ନଗର ହସ୍ତଗତ କଲେ ଓ ସେଠାସ୍ଥିତ ଇମୋରୀୟମାନଙ୍କୁ ତଡ଼ିଦେଲେ।

Numbers 21:32 (UKJV) And Moses sent to spy out Jaazer, and they took the villages thereof, and drove out the Amorites that were there.

30ଆମ୍ଭେମାନେ ସେମାନଙ୍କୁ ବାଣ ମାରିଅଛୁ; ହିଷ୍‍ବୋନ ଦୀବୋନ୍ ପର୍ଯ୍ୟନ୍ତ ବିନଷ୍ଟ ହେଲା, ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ୱଂସ କଲୁ, ତାହା ମେଦବା ପର୍ଯ୍ୟନ୍ତ ବ୍ୟାପଇ।”

31ଏହିରୂପେ ଇସ୍ରାଏଲ ଇମୋରୀୟମାନଙ୍କ ଦେଶରେ ବାସ କଲେ।

32ଏଥିଉତ୍ତାରେ ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ଲୋକ ପଠାନ୍ତେ, ସେମାନେ ତହିଁର ସକଳ ନଗର ହସ୍ତଗତ କଲେ ଓ ସେଠାସ୍ଥିତ ଇମୋରୀୟମାନଙ୍କୁ ତଡ଼ିଦେଲେ।

33ତହୁଁ ସେମାନେ ଫେରି ବାଶନର ପଥ ଦେଇ ଉଠିଗଲେ; ତହିଁରେ ବାଶନର ରାଜା ଓଗ୍‍, ସେ ଓ ତାହାର ସମସ୍ତ ଲୋକ ସେମାନଙ୍କ ପ୍ରତିକୂଳରେ ବାହାର ହୋଇ ଇଦ୍ରିୟୀରେ ଯୁଦ୍ଧ କଲେ।

34ସେହି ସମୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ଲୋକଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ହିଷ୍‍ବୋନବାସୀ ଇମୋରୀୟ ରାଜା ସୀହୋନ ପ୍ରତି ଯେରୂପ କଲ, ତାହା ପ୍ରତି ସେରୂପ କରିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.