31ଏହିରୂପେ ଇସ୍ରାଏଲ ଇମୋରୀୟମାନଙ୍କ ଦେଶରେ ବାସ କଲେ।
32ଏଥିଉତ୍ତାରେ ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ଲୋକ ପଠାନ୍ତେ, ସେମାନେ ତହିଁର ସକଳ ନଗର ହସ୍ତଗତ କଲେ ଓ ସେଠାସ୍ଥିତ ଇମୋରୀୟମାନଙ୍କୁ ତଡ଼ିଦେଲେ।
33ତହୁଁ ସେମାନେ ଫେରି ବାଶନର ପଥ ଦେଇ ଉଠିଗଲେ; ତହିଁରେ ବାଶନର ରାଜା ଓଗ୍, ସେ ଓ ତାହାର ସମସ୍ତ ଲୋକ ସେମାନଙ୍କ ପ୍ରତିକୂଳରେ ବାହାର ହୋଇ ଇଦ୍ରିୟୀରେ ଯୁଦ୍ଧ କଲେ।
34ସେହି ସମୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ଲୋକଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ହିଷ୍ବୋନବାସୀ ଇମୋରୀୟ ରାଜା ସୀହୋନ ପ୍ରତି ଯେରୂପ କଲ, ତାହା ପ୍ରତି ସେରୂପ କରିବ।”
35ଏଣୁ ତାହାର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ଲୋକଙ୍କୁ ଆଘାତ କଲେ, ପୁଣି, ସେମାନେ ତାହାର ଦେଶ ଅଧିକାର କଲେ।