ଗଣନା ପୁସ୍ତକ 21

ଏଥିଉତ୍ତାରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି, ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା।

Numbers 21:4 (UKJV) And they journeyed from mount Hor by the way of the Red sea, to compass the land of Edom: and the soul of the people was much discouraged because of the way.

2ତହିଁରେ ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରି କହିଲେ, “ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କରିବ, ଯଦି ଆମ୍ଭେ ସେମାନଙ୍କ ନଗରସବୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା।”

3ଏଥିରେ ସଦାପ୍ରଭୁ ଇସ୍ରାଏଲର ରବରେ କର୍ଣ୍ଣପାତ କରି ସେହି କିଣାନୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ସେମାନଙ୍କୁ ଓ ସେମାନଙ୍କ ସମସ୍ତ ନଗର ସମ୍ପୂର୍ଣ୍ଣ ରୂପେ ବିନାଶ କଲେ, ପୁଣି, ସେହି ସ୍ଥାନର ନାମ ହର୍ମା ହେଲା।

4ଏଥିଉତ୍ତାରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି, ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା।

5ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ।

6ସେତେବେଳେ ସଦାପ୍ରଭୁ ଲୋକମାନଙ୍କ ମଧ୍ୟକୁ ବିଷାକ୍ତ ସର୍ପଗୁଡ଼ିକୁ ପ୍ରେରଣ କରନ୍ତେ, ସେମାନେ ଲୋକମାନଙ୍କୁ ଦଂଶନ କଲେ; ତହିଁରେ ଇସ୍ରାଏଲର ଅନେକ ଲୋକ ମଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.