6ସେତେବେଳେ ସଦାପ୍ରଭୁ ଲୋକମାନଙ୍କ ମଧ୍ୟକୁ ବିଷାକ୍ତ ସର୍ପଗୁଡ଼ିକୁ ପ୍ରେରଣ କରନ୍ତେ, ସେମାନେ ଲୋକମାନଙ୍କୁ ଦଂଶନ କଲେ; ତହିଁରେ ଇସ୍ରାଏଲର ଅନେକ ଲୋକ ମଲେ।
7ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ପାପ କରିଅଛୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ।” ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।
8ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଗୋଟିଏ ବିଷାକ୍ତ ସର୍ପର ନମୁନା ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖ; ତହିଁରେ ସର୍ପଦ୍ରଂଷ୍ଟ ପ୍ରତ୍ୟେକ ଲୋକ ତାହା ପ୍ରତି ଅନାଇଲେ ବଞ୍ଚିବ।”
9ତହୁଁ ମୋଶା ପିତ୍ତଳର ଏକ ସର୍ପ ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖିଲେ; ତହିଁରେ ସର୍ପ କୌଣସି ମନୁଷ୍ୟକୁ ଦଂଶନ କଲେ, ସେ ସେହି ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରନ୍ତେ, ବଞ୍ଚିଲା।
10ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ।