ଗଣନା ପୁସ୍ତକ 22

ତହୁଁ ବିଲୀୟମ୍‍ ପରମେଶ୍ୱରଙ୍କୁ କହିଲା, “ମୋୟାବର ରାଜା ସିପ୍ପୋରର ପୁତ୍ର ବାଲାକ ମୋʼ ନିକଟକୁ ଏହା କହି ପଠାଇଅଛନ୍ତି;

Numbers 22:10 (UKJV) And Balaam said unto God, Balak the son of Zippor, king of Moab, has sent unto me, saying,

8ତହୁଁ ସେ ସେମାନଙ୍କୁ କହିଲା, “ତୁମ୍ଭେମାନେ ଆଜି ରାତ୍ରି ଏଠାରେ ରୁହ, ଆଉ ସଦାପ୍ରଭୁ ମୋତେ ଯାହା କହିବେ, ତାହା ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଜଣାଇବି,” ତହିଁରେ ମୋୟାବର ଅଧିପତିମାନେ ବିଲୀୟମ୍‍ ସଙ୍ଗରେ ରହିଲେ।

9ଏଉତ୍ତାରେ ପରମେଶ୍ୱର ବିଲୀୟମ୍‍ ନିକଟକୁ ଆସି ତାହାକୁ କହିଲେ, “ତୁମ୍ଭ ସଙ୍ଗରେ ଏହି ଲୋକମାନେ କିଏ?”

10ତହୁଁ ବିଲୀୟମ୍‍ ପରମେଶ୍ୱରଙ୍କୁ କହିଲା, “ମୋୟାବର ରାଜା ସିପ୍ପୋରର ପୁତ୍ର ବାଲାକ ମୋʼ ନିକଟକୁ ଏହା କହି ପଠାଇଅଛନ୍ତି;

11‘ଦେଖ, ଏହି ଯେଉଁ ଲୋକମାନେ ମିସରରୁ ବାହାରି ଆସିଅଛନ୍ତି, ସେମାନେ ସମଗ୍ର ଦେଶକୁ ଆଚ୍ଛନ୍ନ କରିଅଛନ୍ତି; ଏବେ ତୁମ୍ଭେ ଆସି ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ, ହୋଇପାରେ, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ତଡ଼ିଦେଇ ପାରିବା।’”

12ତହିଁରେ ପରମେଶ୍ୱର ବିଲୀୟମ୍‍କୁ କହିଲେ, “ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦ ପ୍ରାପ୍ତ ଅଟନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.