13ଏଥିରେ ବିଲୀୟମ୍ ପ୍ରାତଃକାଳରେ ଉଠି ବାଲାକଙ୍କ ଅଧିପତିମାନଙ୍କୁ କହିଲା, “ତୁମ୍ଭେମାନେ ଆପଣା ଦେଶକୁ ଯାଅ, କାରଣ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ସହିତ ଯିବା ପାଇଁ ଅନୁମତି ଦେବାକୁ ମନା କରିଅଛନ୍ତି।”
14ଏଣୁ ମୋୟାବର ଅଧିପତିମାନେ ଉଠି ବାଲାକଙ୍କ ନିକଟକୁ ଯାଇ କହିଲେ, “ବିଲୀୟମ୍ ଆମ୍ଭମାନଙ୍କ ସଙ୍ଗେ ଆସିବାକୁ ମନା କରୁଅଛି।”
15ଏଉତ୍ତାରେ ବାଲାକ ସେମାନଙ୍କଠାରୁ ଅଧିକ ସଂଖ୍ୟକ ଓ ଅଧିକ ସମ୍ଭ୍ରାନ୍ତ ଅଧିପତିମାନଙ୍କୁ ପୁନର୍ବାର ପଠାଇଲେ।
16ତହୁଁ ସେମାନେ ବିଲୀୟମ୍ ନିକଟକୁ ଆସି ତାହାକୁ କହିଲେ, “ସିପ୍ପୋରର ପୁତ୍ର ବାଲାକ ଏହି କଥା କହନ୍ତି, ‘ଆମ୍ଭେ ବିନୟ କରୁଅଛୁ, ଆମ୍ଭ କତିକି ଆସିବାକୁ ତୁମ୍ଭେ ନିବାରିତ ହୁଅ ନାହିଁ।
17କାରଣ ଆମ୍ଭେ ତୁମ୍ଭକୁ ସମ୍ଭ୍ରମ ଦେଇ ମହାସମ୍ଭ୍ରାନ୍ତ କରିବା, ପୁଣି, ଯାହା ତୁମ୍ଭେ ଆମ୍ଭକୁ କହିବ, ଆମ୍ଭେ ତାହା କରିବା; ଏଣୁ ବିନୟ କରୁଅଛୁ, ଆସ, ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ।’”