ଗଣନା ପୁସ୍ତକ 22

ଏଥିରେ ବିଲୀୟମ୍‍ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, “ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇପାରେ ନାହିଁ।

Numbers 22:18 (UKJV) And Balaam answered and said unto the servants of Balak, If Balak would give me his house full of silver and gold, I cannot go beyond the word of the LORD my God, to do less or more.

16ତହୁଁ ସେମାନେ ବିଲୀୟମ୍‍ ନିକଟକୁ ଆସି ତାହାକୁ କହିଲେ, “ସିପ୍ପୋରର ପୁତ୍ର ବାଲାକ ଏହି କଥା କହନ୍ତି, ‘ଆମ୍ଭେ ବିନୟ କରୁଅଛୁ, ଆମ୍ଭ କତିକି ଆସିବାକୁ ତୁମ୍ଭେ ନିବାରିତ ହୁଅ ନାହିଁ।

17କାରଣ ଆମ୍ଭେ ତୁମ୍ଭକୁ ସମ୍ଭ୍ରମ ଦେଇ ମହାସମ୍ଭ୍ରାନ୍ତ କରିବା, ପୁଣି, ଯାହା ତୁମ୍ଭେ ଆମ୍ଭକୁ କହିବ, ଆମ୍ଭେ ତାହା କରିବା; ଏଣୁ ବିନୟ କରୁଅଛୁ, ଆସ, ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ।’”

18ଏଥିରେ ବିଲୀୟମ୍‍ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, “ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇପାରେ ନାହିଁ।

19ଏନିମନ୍ତେ ବିନୟ କରୁଅଛି, ତୁମ୍ଭେମାନେ ହେଁ ଆଜି ରାତ୍ରି ଏଠାରେ ରୁହ, ସଦାପ୍ରଭୁ ମୋତେ ଆଉ ଯାହା କହିବେ, ତାହା ମୁଁ ଜାଣିବି।”

20ଏଥିରେ ପରମେଶ୍ୱର ରାତ୍ରିରେ ବିଲୀୟମ୍‍ ନିକଟକୁ ଆସି କହିଲେ, “ଯଦି ଏହି ଲୋକମାନେ ତୁମ୍ଭକୁ ଡାକିବାକୁ ଆସନ୍ତି, ତେବେ ଉଠ, ସେମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା; କେବଳ ତାହା ହିଁ ତୁମ୍ଭେ କହିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.