17କାରଣ ଆମ୍ଭେ ତୁମ୍ଭକୁ ସମ୍ଭ୍ରମ ଦେଇ ମହାସମ୍ଭ୍ରାନ୍ତ କରିବା, ପୁଣି, ଯାହା ତୁମ୍ଭେ ଆମ୍ଭକୁ କହିବ, ଆମ୍ଭେ ତାହା କରିବା; ଏଣୁ ବିନୟ କରୁଅଛୁ, ଆସ, ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ।’”
18ଏଥିରେ ବିଲୀୟମ୍ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, “ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇପାରେ ନାହିଁ।
19ଏନିମନ୍ତେ ବିନୟ କରୁଅଛି, ତୁମ୍ଭେମାନେ ହେଁ ଆଜି ରାତ୍ରି ଏଠାରେ ରୁହ, ସଦାପ୍ରଭୁ ମୋତେ ଆଉ ଯାହା କହିବେ, ତାହା ମୁଁ ଜାଣିବି।”
20ଏଥିରେ ପରମେଶ୍ୱର ରାତ୍ରିରେ ବିଲୀୟମ୍ ନିକଟକୁ ଆସି କହିଲେ, “ଯଦି ଏହି ଲୋକମାନେ ତୁମ୍ଭକୁ ଡାକିବାକୁ ଆସନ୍ତି, ତେବେ ଉଠ, ସେମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା; କେବଳ ତାହା ହିଁ ତୁମ୍ଭେ କହିବ।”
21ତହିଁରେ ବିଲୀୟମ୍ ପ୍ରାତଃକାଳରେ ଉଠି ଆପଣା ଗର୍ଦ୍ଦଭୀ ସଜାଇ ମୋୟାବର ଅଧିପତିମାନଙ୍କ ସହିତ ଗମନ କଲା।