1ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଯିରୀହୋ ନିକଟସ୍ଥ ଯର୍ଦ୍ଦନ ଆଗରେ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ।
2ପୁଣି, ଇସ୍ରାଏଲ ଇମୋରୀୟମାନଙ୍କ ପ୍ରତି ଯାହା ଯାହା କରିଥିଲେ, ତାହା ସିପ୍ପୋରର ପୁତ୍ର ବାଲାକ ଦେଖିଲେ।
3ଏଣୁ ମୋୟାବ ଲୋକମାନଙ୍କ ସକାଶୁ ଅତିଶୟ ଭୀତ ହେଲେ, କାରଣ ସେମାନେ ବହୁତ ଥିଲେ; ଆଉ ମୋୟାବ ଇସ୍ରାଏଲ-ସନ୍ତାନଗଣଙ୍କ ସକାଶୁ ଉଦ୍ବିଗ୍ନ ହେଲେ।
4ଏଥିରେ ମୋୟାବ ମିଦୀୟନୀୟ ପ୍ରାଚୀନଗଣକୁ କହିଲେ, “ଗୋରୁ ଯେପରି ପଦାରୁ ଘାସ ଚାଟି ଖାଏ, ସେପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଚାଟି ପକାଇବେ। ଏହି ସମୟରେ ସିପ୍ପୋରର ପୁତ୍ର ବାଲାକ ମୋୟାବର ରାଜା ଥିଲେ।”