27ସେତେବେଳେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି ବିଲୀୟମ୍ର ତଳେ ଶୋଇ ପଡ଼ିଲା; ତହିଁରେ ବିଲୀୟମ୍ର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଗର୍ଦ୍ଦଭୀକୁ ଆପଣା ଯଷ୍ଟିରେ ପ୍ରହାର କଲା।
28ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମ୍କୁ କହିଲା, “ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନି ଥର ପ୍ରହାର କଲ।”
29ତେବେ ବିଲୀୟମ୍ ଗର୍ଦ୍ଦଭୀକୁ କହିଲା, “କାରଣ ତୁ ମୋତେ ପରିହାସ କରୁଅଛୁ; ମୋʼ ହାତରେ ଖଣ୍ଡା ଥିଲେ ମୁଁ ଏବେ ତୋତେ ବଧ କରନ୍ତି।”
30ପୁଣି, ଗର୍ଦ୍ଦଭୀ ବିଲୀୟମ୍କୁ କହିଲା, “ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯାହା ଉପରେ ଚଢ଼ି ଆସିଅଛ, ମୁଁ କି ତୁମ୍ଭର ସେହି ଗର୍ଦ୍ଦଭୀ ନୁହେଁ? ମୁଁ କି ପୂର୍ବେ କେବେ ତୁମ୍ଭ ପ୍ରତି ଏପରି କରିଥିଲି?” ତହୁଁ ସେ କହିଲା, “ନା।”
31ଏଥିରେ ସଦାପ୍ରଭୁ ବିଲୀୟମ୍ର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା।