1ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଯିରୀହୋ ନିକଟସ୍ଥ ଯର୍ଦ୍ଦନ ଆଗରେ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ।
2ପୁଣି, ଇସ୍ରାଏଲ ଇମୋରୀୟମାନଙ୍କ ପ୍ରତି ଯାହା ଯାହା କରିଥିଲେ, ତାହା ସିପ୍ପୋରର ପୁତ୍ର ବାଲାକ ଦେଖିଲେ।
3ଏଣୁ ମୋୟାବ ଲୋକମାନଙ୍କ ସକାଶୁ ଅତିଶୟ ଭୀତ ହେଲେ, କାରଣ ସେମାନେ ବହୁତ ଥିଲେ; ଆଉ ମୋୟାବ ଇସ୍ରାଏଲ-ସନ୍ତାନଗଣଙ୍କ ସକାଶୁ ଉଦ୍ବିଗ୍ନ ହେଲେ।
4ଏଥିରେ ମୋୟାବ ମିଦୀୟନୀୟ ପ୍ରାଚୀନଗଣକୁ କହିଲେ, “ଗୋରୁ ଯେପରି ପଦାରୁ ଘାସ ଚାଟି ଖାଏ, ସେପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଚାଟି ପକାଇବେ। ଏହି ସମୟରେ ସିପ୍ପୋରର ପୁତ୍ର ବାଲାକ ମୋୟାବର ରାଜା ଥିଲେ।”
5ଏନିମନ୍ତେ ସେ ବିୟୋରର ପୁତ୍ର ବିଲୀୟମ୍କୁ ଡାକିବା ପାଇଁ ଆପଣା ଲୋକମାନଙ୍କ ସନ୍ତାନଗଣର ଦେଶ-ନିକଟସ୍ଥ ନଦୀର ନିକଟବର୍ତ୍ତୀ ପଥୋର ନଗରକୁ ବାର୍ତ୍ତାବହ ପଠାଇ ଏହା କହିଲେ, “ଦେଖ, ମିସରରୁ ବାହାର ହୋଇ ଏକ ଜନତା ଆସିଅଛନ୍ତି; ଦେଖ, ସେମାନେ ପୃଥିବୀର ମୁଖ ଆଚ୍ଛନ୍ନ କରନ୍ତି; ପୁଣି, ଆମ୍ଭ ସମ୍ମୁଖରେ ବାସ କରନ୍ତି।