ଗଣନା ପୁସ୍ତକ 22

ପୁଣି, ଗର୍ଦ୍ଦଭୀ ବିଲୀୟମ୍‍କୁ କହିଲା, “ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯାହା ଉପରେ ଚଢ଼ି ଆସିଅଛ, ମୁଁ କି ତୁମ୍ଭର ସେହି ଗର୍ଦ୍ଦଭୀ ନୁହେଁ? ମୁଁ କି ପୂର୍ବେ କେବେ ତୁମ୍ଭ ପ୍ରତି ଏପରି କରିଥିଲି?” ତହୁଁ ସେ କହିଲା, “ନା।”

Numbers 22:30 (UKJV) And the ass said unto Balaam, Am not I yours ass, upon which you have ridden ever since I was yours unto this day? was I ever known to do so unto you? And he said, Nay.

28ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମ୍‍କୁ କହିଲା, “ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନି ଥର ପ୍ରହାର କଲ।”

29ତେବେ ବିଲୀୟମ୍‍ ଗର୍ଦ୍ଦଭୀକୁ କହିଲା, “କାରଣ ତୁ ମୋତେ ପରିହାସ କରୁଅଛୁ; ମୋʼ ହାତରେ ଖଣ୍ଡା ଥିଲେ ମୁଁ ଏବେ ତୋତେ ବଧ କରନ୍ତି।”

30ପୁଣି, ଗର୍ଦ୍ଦଭୀ ବିଲୀୟମ୍‍କୁ କହିଲା, “ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯାହା ଉପରେ ଚଢ଼ି ଆସିଅଛ, ମୁଁ କି ତୁମ୍ଭର ସେହି ଗର୍ଦ୍ଦଭୀ ନୁହେଁ? ମୁଁ କି ପୂର୍ବେ କେବେ ତୁମ୍ଭ ପ୍ରତି ଏପରି କରିଥିଲି?” ତହୁଁ ସେ କହିଲା, “ନା।”

31ଏଥିରେ ସଦାପ୍ରଭୁ ବିଲୀୟମ୍‍ର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା।

32ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଏହି ତିନି ଥର ଆପଣା ଗର୍ଦ୍ଦଭୀକୁ କାହିଁକି ପ୍ରହାର କଲ? ଦେଖ, ଆମ୍ଭେ ତୁମ୍ଭର ଶତ୍ରୁ ରୂପେ ବାହାର ହୋଇଅଛୁ, ଯେହେତୁ ଆମ୍ଭ ସାକ୍ଷାତରେ ତୁମ୍ଭର ଗତି ବିପଥଗାମୀ ହୋଇଅଛି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.