ଗଣନା ପୁସ୍ତକ 22

ପୁଣି, ଗର୍ଦ୍ଦଭୀ ଆମ୍ଭକୁ ଦେଖି ଏହି ତିନି ଥର ଆମ୍ଭ ସମ୍ମୁଖରୁ ଫେରିଲା; ସେ ଯଦି ଆମ୍ଭ ସମ୍ମୁଖରୁ ଫେରି ନ ଥାʼନ୍ତା, ତେବେ ନିଶ୍ଚୟ ଆମ୍ଭେ ତୁମ୍ଭକୁ ବଧ କରିଥାʼନ୍ତୁ, ଆଉ ତାହାକୁ ଜୀଅନ୍ତା ରଖିଥାʼନ୍ତୁ।”

Numbers 22:33 (UKJV) And the ass saw me, and turned from me these three times: unless she had turned from me, surely now also I had slain you, and saved her alive.

31ଏଥିରେ ସଦାପ୍ରଭୁ ବିଲୀୟମ୍‍ର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା।

32ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଏହି ତିନି ଥର ଆପଣା ଗର୍ଦ୍ଦଭୀକୁ କାହିଁକି ପ୍ରହାର କଲ? ଦେଖ, ଆମ୍ଭେ ତୁମ୍ଭର ଶତ୍ରୁ ରୂପେ ବାହାର ହୋଇଅଛୁ, ଯେହେତୁ ଆମ୍ଭ ସାକ୍ଷାତରେ ତୁମ୍ଭର ଗତି ବିପଥଗାମୀ ହୋଇଅଛି;

33ପୁଣି, ଗର୍ଦ୍ଦଭୀ ଆମ୍ଭକୁ ଦେଖି ଏହି ତିନି ଥର ଆମ୍ଭ ସମ୍ମୁଖରୁ ଫେରିଲା; ସେ ଯଦି ଆମ୍ଭ ସମ୍ମୁଖରୁ ଫେରି ନ ଥାʼନ୍ତା, ତେବେ ନିଶ୍ଚୟ ଆମ୍ଭେ ତୁମ୍ଭକୁ ବଧ କରିଥାʼନ୍ତୁ, ଆଉ ତାହାକୁ ଜୀଅନ୍ତା ରଖିଥାʼନ୍ତୁ।”

34ତହିଁରେ ବିଲୀୟମ୍‍ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ମୁଁ ପାପ କରିଅଛି; କାରଣ ତୁମ୍ଭେ ଯେ ମୋʼ ବିପକ୍ଷରେ ପଥରେ ଠିଆ ହୋଇଅଛ; ତାହା ମୁଁ ଜାଣିଲି ନାହିଁ; ଏଣୁ ଏବେ, ଯଦି ତାହା ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଫେରିଯିବି।”

35ତହିଁରେ ସଦାପ୍ରଭୁଙ୍କ ଦୂତ ବିଲୀୟମ୍‍କୁ କହିଲେ, “ସେହି ଲୋକମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, କେବଳ ତାହା ତୁମ୍ଭେ କହିବ।” ତହିଁରେ ବିଲୀୟମ୍‍ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.