34ତହିଁରେ ବିଲୀୟମ୍ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ମୁଁ ପାପ କରିଅଛି; କାରଣ ତୁମ୍ଭେ ଯେ ମୋʼ ବିପକ୍ଷରେ ପଥରେ ଠିଆ ହୋଇଅଛ; ତାହା ମୁଁ ଜାଣିଲି ନାହିଁ; ଏଣୁ ଏବେ, ଯଦି ତାହା ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଫେରିଯିବି।”
35ତହିଁରେ ସଦାପ୍ରଭୁଙ୍କ ଦୂତ ବିଲୀୟମ୍କୁ କହିଲେ, “ସେହି ଲୋକମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, କେବଳ ତାହା ତୁମ୍ଭେ କହିବ।” ତହିଁରେ ବିଲୀୟମ୍ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।
36ଏଥିଉତ୍ତାରେ ବିଲୀୟମ୍ର ଆଗମନ ସମ୍ବାଦ ଶୁଣି ବାଲାକ ତାହା ସଙ୍ଗେ ଭେଟିବା ପାଇଁ ଦେଶର ପ୍ରାନ୍ତସ୍ଥିତ ଅର୍ଣ୍ଣୋନର ସୀମାନ୍ତବର୍ତ୍ତୀ ମୋୟାବ ନଗରକୁ ଗମନ କଲେ।
37ପୁଣି, ବାଲାକ ବିଲୀୟମ୍କୁ କହିଲେ, “ଆମ୍ଭେ କି ତୁମ୍ଭକୁ ଡାକିବା ପାଇଁ ଅତି ଯତ୍ନରେ ଲୋକ ପଠାଇଲୁ ନାହିଁ? ତୁମ୍ଭେ କାହିଁକି ଆମ୍ଭ ନିକଟକୁ ଆସିଲ ନାହିଁ? ଆମ୍ଭେ କି ତୁମ୍ଭକୁ ସମ୍ଭ୍ରମ ଦେଇ ସମ୍ଭ୍ରାନ୍ତ କରିବାକୁ ନିତାନ୍ତ ଅସମର୍ଥ?”
38ତହୁଁ ବିଲୀୟମ୍ ବାଲାକଙ୍କୁ କହିଲା, “ଏହି ଦେଖ, ମୁଁ ତୁମ୍ଭ ନିକଟକୁ ଆସିଅଛି; ମାତ୍ର ଏବେ କୌଣସି କଥା କହିବାକୁ କି ମୋହର କିଛି ସାମର୍ଥ୍ୟ ଅଛି? ପରମେଶ୍ୱର ମୋʼ ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି।”