ଗଣନା ପୁସ୍ତକ 22

ତହୁଁ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ଦେଖ, ମୁଁ ତୁମ୍ଭ ନିକଟକୁ ଆସିଅଛି; ମାତ୍ର ଏବେ କୌଣସି କଥା କହିବାକୁ କି ମୋହର କିଛି ସାମର୍ଥ୍ୟ ଅଛି? ପରମେଶ୍ୱର ମୋʼ ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି।”

Numbers 22:38 (UKJV) And Balaam said unto Balak, Lo, I am come unto you: have I now any power at all to say any thing? the word that God puts in my mouth, that shall I speak.

36ଏଥିଉତ୍ତାରେ ବିଲୀୟମ୍‍ର ଆଗମନ ସମ୍ବାଦ ଶୁଣି ବାଲାକ ତାହା ସଙ୍ଗେ ଭେଟିବା ପାଇଁ ଦେଶର ପ୍ରାନ୍ତସ୍ଥିତ ଅର୍ଣ୍ଣୋନର ସୀମାନ୍ତବର୍ତ୍ତୀ ମୋୟାବ ନଗରକୁ ଗମନ କଲେ।

37ପୁଣି, ବାଲାକ ବିଲୀୟମ୍‍କୁ କହିଲେ, “ଆମ୍ଭେ କି ତୁମ୍ଭକୁ ଡାକିବା ପାଇଁ ଅତି ଯତ୍ନରେ ଲୋକ ପଠାଇଲୁ ନାହିଁ? ତୁମ୍ଭେ କାହିଁକି ଆମ୍ଭ ନିକଟକୁ ଆସିଲ ନାହିଁ? ଆମ୍ଭେ କି ତୁମ୍ଭକୁ ସମ୍ଭ୍ରମ ଦେଇ ସମ୍ଭ୍ରାନ୍ତ କରିବାକୁ ନିତାନ୍ତ ଅସମର୍ଥ?”

38ତହୁଁ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ଦେଖ, ମୁଁ ତୁମ୍ଭ ନିକଟକୁ ଆସିଅଛି; ମାତ୍ର ଏବେ କୌଣସି କଥା କହିବାକୁ କି ମୋହର କିଛି ସାମର୍ଥ୍ୟ ଅଛି? ପରମେଶ୍ୱର ମୋʼ ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି।”

39ଏଉତ୍ତାରେ ବିଲୀୟମ୍‍ ବାଲାକ ସହିତ ଗମନ କରି କିରୀୟଥ୍‍-ହୁଷୋତରେ ଉପସ୍ଥିତ ହେଲା।

40ତହୁଁ ବାଲାକ ଗୋରୁ ଓ ମେଷ ବଳିଦାନ କରି ବିଲୀୟମ୍‍ ଓ ତାହାର ସଙ୍ଗୀ ଅଧିପତିମାନଙ୍କ ନିକଟକୁ ପଠାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.