37ପୁଣି, ବାଲାକ ବିଲୀୟମ୍କୁ କହିଲେ, “ଆମ୍ଭେ କି ତୁମ୍ଭକୁ ଡାକିବା ପାଇଁ ଅତି ଯତ୍ନରେ ଲୋକ ପଠାଇଲୁ ନାହିଁ? ତୁମ୍ଭେ କାହିଁକି ଆମ୍ଭ ନିକଟକୁ ଆସିଲ ନାହିଁ? ଆମ୍ଭେ କି ତୁମ୍ଭକୁ ସମ୍ଭ୍ରମ ଦେଇ ସମ୍ଭ୍ରାନ୍ତ କରିବାକୁ ନିତାନ୍ତ ଅସମର୍ଥ?”
38ତହୁଁ ବିଲୀୟମ୍ ବାଲାକଙ୍କୁ କହିଲା, “ଏହି ଦେଖ, ମୁଁ ତୁମ୍ଭ ନିକଟକୁ ଆସିଅଛି; ମାତ୍ର ଏବେ କୌଣସି କଥା କହିବାକୁ କି ମୋହର କିଛି ସାମର୍ଥ୍ୟ ଅଛି? ପରମେଶ୍ୱର ମୋʼ ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି।”
39ଏଉତ୍ତାରେ ବିଲୀୟମ୍ ବାଲାକ ସହିତ ଗମନ କରି କିରୀୟଥ୍-ହୁଷୋତରେ ଉପସ୍ଥିତ ହେଲା।
40ତହୁଁ ବାଲାକ ଗୋରୁ ଓ ମେଷ ବଳିଦାନ କରି ବିଲୀୟମ୍ ଓ ତାହାର ସଙ୍ଗୀ ଅଧିପତିମାନଙ୍କ ନିକଟକୁ ପଠାଇଲେ।
41ପୁଣି, ପ୍ରଭାତରେ ବାଲାକ ବିଲୀୟମ୍କୁ ସଙ୍ଗେ ନେଇ ବାଲ୍ର ଉଚ୍ଚସ୍ଥଳୀରେ ଆରୋହଣ କରାଇଲେ; ଆଉ ସେହିଠାରୁ ସେ ଲୋକମାନଙ୍କର ଶେଷ ସୀମା ପର୍ଯ୍ୟନ୍ତ ଦେଖିଲେ।