ଗଣନା ପୁସ୍ତକ 22

ତହୁଁ ସେ ସେମାନଙ୍କୁ କହିଲା, “ତୁମ୍ଭେମାନେ ଆଜି ରାତ୍ରି ଏଠାରେ ରୁହ, ଆଉ ସଦାପ୍ରଭୁ ମୋତେ ଯାହା କହିବେ, ତାହା ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଜଣାଇବି,” ତହିଁରେ ମୋୟାବର ଅଧିପତିମାନେ ବିଲୀୟମ୍‍ ସଙ୍ଗରେ ରହିଲେ।

Numbers 22:8 (UKJV) And he said unto them, Lodge here this night, and I will bring you word again, as the LORD shall speak unto me: and the princes of Moab abode with Balaam.

6ଏହେତୁ ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଆସି ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ; କାରଣ ସେମାନେ ଆମ୍ଭ ପ୍ରତି ଅତି ବଳବାନ; ହୋଇପାରେ, ଆମ୍ଭେ ସେମାନଙ୍କୁ ପରାଜୟ କରି ଦେଶରୁ ଦୂର କରି ପାରିବା; ଯେହେତୁ ଆମ୍ଭେ ଜାଣୁ, ତୁମ୍ଭେ ଯାହାକୁ ଆଶୀର୍ବାଦ କର, ସେ ଆଶୀର୍ବାଦ ପାଏ, ପୁଣି, ତୁମ୍ଭେ ଯାହାକୁ ଅଭିଶାପ ଦିଅ, ସେ ଅଭିଶପ୍ତ ହୁଏ।”

7ତହିଁରେ ମୋୟାବର ପ୍ରାଚୀନବର୍ଗ ଓ ମିଦୀୟନର ପ୍ରାଚୀନବର୍ଗ ମନ୍ତ୍ରର ପୁରସ୍କାର ହସ୍ତରେ ଘେନି ପ୍ରସ୍ଥାନ କଲେ; ପୁଣି, ସେମାନେ ବିଲୀୟମ୍‍ ନିକଟରେ ଉପସ୍ଥିତ ହୋଇ ବାଲାକଙ୍କ କଥା ତାହାକୁ କହିଲେ।

8ତହୁଁ ସେ ସେମାନଙ୍କୁ କହିଲା, “ତୁମ୍ଭେମାନେ ଆଜି ରାତ୍ରି ଏଠାରେ ରୁହ, ଆଉ ସଦାପ୍ରଭୁ ମୋତେ ଯାହା କହିବେ, ତାହା ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଜଣାଇବି,” ତହିଁରେ ମୋୟାବର ଅଧିପତିମାନେ ବିଲୀୟମ୍‍ ସଙ୍ଗରେ ରହିଲେ।

9ଏଉତ୍ତାରେ ପରମେଶ୍ୱର ବିଲୀୟମ୍‍ ନିକଟକୁ ଆସି ତାହାକୁ କହିଲେ, “ତୁମ୍ଭ ସଙ୍ଗରେ ଏହି ଲୋକମାନେ କିଏ?”

10ତହୁଁ ବିଲୀୟମ୍‍ ପରମେଶ୍ୱରଙ୍କୁ କହିଲା, “ମୋୟାବର ରାଜା ସିପ୍ପୋରର ପୁତ୍ର ବାଲାକ ମୋʼ ନିକଟକୁ ଏହା କହି ପଠାଇଅଛନ୍ତି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.