ଗଣନା ପୁସ୍ତକ 23

ପରମେଶ୍ୱର ସେମାନଙ୍କୁ ମିସରରୁ ବାହାର କରି ଆଣୁଅଛନ୍ତି; ଅରଣା ଷଣ୍ଢ ତୁଲ୍ୟ ସେମାନଙ୍କର ବଳ।

Numbers 23:22 (UKJV) God brought them out of Egypt; he has as it were the strength of an unicorn .

20ଦେଖ, ମୁଁ ଆଶୀର୍ବାଦ କରିବାକୁ ଆଜ୍ଞା ପାଇଅଛି; ପୁଣି, ସେ ଆଶୀର୍ବାଦ କରିଅଛନ୍ତି, ଏଣୁ ମୁଁ ତାହା ଅନ୍ୟଥା କରି ନ ପାରେ।

21ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ୱର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ରାଜାର ଜୟଧ୍ୱନି ସେମାନଙ୍କ ମଧ୍ୟରେ ଅଛି।

22ପରମେଶ୍ୱର ସେମାନଙ୍କୁ ମିସରରୁ ବାହାର କରି ଆଣୁଅଛନ୍ତି; ଅରଣା ଷଣ୍ଢ ତୁଲ୍ୟ ସେମାନଙ୍କର ବଳ।

23ନିତାନ୍ତ ଯାକୁବ ପାଇଁ କୌଣସି ଗଣକତା ନାହିଁ, କିଅବା ଇସ୍ରାଏଲ ପାଇଁ କୌଣସି ମନ୍ତ୍ର ନାହିଁ; ଏହିକ୍ଷଣି ଯାକୁବ ଓ ଇସ୍ରାଏଲ ବିଷୟରେ କୁହାଯିବ, ‘ପରମେଶ୍ୱର କି କର୍ମ କରିଅଛନ୍ତି!’

24ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି, ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.