4ସେତେବେଳେ ପରମେଶ୍ୱର ବିଲୀୟମ୍କୁ ସାକ୍ଷାତ କଲେ; ତହିଁରେ ସେ ତାହାଙ୍କୁ କହିଲା, “ମୁଁ ସାତ ଯଜ୍ଞବେଦି ପ୍ରସ୍ତୁତ କରିଅଛି ଓ ମୁଁ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଗୋବତ୍ସ ଓ ଏକ ମେଷ ଉତ୍ସର୍ଗ କରିଅଛି।”
5ସେତେବେଳେ ସଦାପ୍ରଭୁ ବିଲୀୟମ୍ର ମୁଖରେ ଏକ ବାକ୍ୟ ଦେଇ ତାହାକୁ କହିଲେ, “ତୁମ୍ଭେ ବାଲାକ ନିକଟକୁ ଫେରିଯାଅ, ପୁଣି, ତାହାକୁ ଏହିପରି କୁହ।”
6ତହିଁରେ ସେ ତାଙ୍କ ନିକଟକୁ ଫେରିଗଲା, ସେହି ସମୟରେ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ସେ ଓ ମୋୟାବର ଅଧିପତି ସମସ୍ତେ (ଠିଆ ହୋଇଥିଲେ)।
7ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବଦିଗସ୍ଥିତ ପର୍ବତଶ୍ରେଣୀରୁ ମୋତେ ଆଣିଅଛି; ‘ଆସ, ଆମ୍ଭ ନିମନ୍ତେ ଯାକୁବକୁ ଅଭିଶାପ ଦିଅ;’ ପୁଣି, ‘ଆସ, ଇସ୍ରାଏଲକୁ ଅଭିଶପ୍ତ କର।’
8ପରମେଶ୍ୱର ଯାହାକୁ ଅଭିଶାପ ଦେଇ ନାହାନ୍ତି, ମୁଁ କିପରି ତାହାକୁ ଅଭିଶାପ ଦେବି? ସଦାପ୍ରଭୁ ଯାହାକୁ ଅଭିଶପ୍ତ କରି ନାହାନ୍ତି, ମୁଁ କିପରି ତାହାକୁ ଅଭିଶପ୍ତ କରିବି?