6ତହିଁରେ ସେ ତାଙ୍କ ନିକଟକୁ ଫେରିଗଲା, ସେହି ସମୟରେ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ସେ ଓ ମୋୟାବର ଅଧିପତି ସମସ୍ତେ (ଠିଆ ହୋଇଥିଲେ)।
7ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବଦିଗସ୍ଥିତ ପର୍ବତଶ୍ରେଣୀରୁ ମୋତେ ଆଣିଅଛି; ‘ଆସ, ଆମ୍ଭ ନିମନ୍ତେ ଯାକୁବକୁ ଅଭିଶାପ ଦିଅ;’ ପୁଣି, ‘ଆସ, ଇସ୍ରାଏଲକୁ ଅଭିଶପ୍ତ କର।’
8ପରମେଶ୍ୱର ଯାହାକୁ ଅଭିଶାପ ଦେଇ ନାହାନ୍ତି, ମୁଁ କିପରି ତାହାକୁ ଅଭିଶାପ ଦେବି? ସଦାପ୍ରଭୁ ଯାହାକୁ ଅଭିଶପ୍ତ କରି ନାହାନ୍ତି, ମୁଁ କିପରି ତାହାକୁ ଅଭିଶପ୍ତ କରିବି?
9କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି। ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ।
10ଯାକୁବର ଧୂଳି କିଏ ଗଣିପାରେ ଅବା ଇସ୍ରାଏଲର ଚତୁର୍ଥାଂଶର ସଂଖ୍ୟା କିଏ କହିପାରେ; ଧାର୍ମିକର ମରଣ ମୁଁ ମରେ, ମୋହର ଶେଷାବସ୍ଥା ତାହାର ତୁଲ୍ୟ ହେଉ।”