21ତହୁଁ ସେ କେନୀୟମାନଙ୍କ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ତୁମ୍ଭର ନିବାସ ସ୍ଥାନ ଅତି ଦୃଢ଼ ଓ ତୁମ୍ଭର ବସା ଶୈଳ ଉପରେ ସ୍ଥାପିତ।
22ତଥାପି କେନୀୟ କ୍ଷୟପ୍ରାପ୍ତ ହେବ, ଶେଷରେ ଅଶୂର ତୁମ୍ଭକୁ ବନ୍ଦୀ କରି ନେଇଯିବ।”
23ଏଉତ୍ତାରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ହାୟ ହାୟ, ଯେତେବେଳେ ପରମେଶ୍ୱର ଏହା କରିବେ, ସେତେବେଳେ କିଏ ବଞ୍ଚିବ?
24ମାତ୍ର କିତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସେମାନେ ଅଶୂରକୁ ଦୁଃଖ ଦେବେ, ଆଉ ଏବରକୁ ଦୁଃଖ ଦେବେ, ପୁଣି, ସେ ମଧ୍ୟ ବିନାଶରେ ଉପସ୍ଥିତ ହେବ।”
25ଏଉତ୍ତାରେ ବିଲୀୟମ୍ ଉଠି ସ୍ୱ ସ୍ଥାନକୁ ପ୍ରସ୍ଥାନ କଲା ଓ ବାଲାକ ମଧ୍ୟ ଆପଣା ପଥରେ ଚାଲିଗଲେ।