2ତହିଁରେ ବିଲୀୟମ୍ ଅନାଇ ଇସ୍ରାଏଲକୁ ଆପଣା ବଂଶାନୁସାରେ ବାସ କରିବାର ଦେଖିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ତାହା ଉପରେ ଅଧିଷ୍ଠାନ କଲେ।
3ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ୍ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି,
4ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି।
5ହେ ଯାକୁବ, ତୁମ୍ଭର ତମ୍ବୁସବୁ, ହେ ଇସ୍ରାଏଲ, ତୁମ୍ଭର ଆବାସ ସବୁ କିପରି ମନୋହର!
6ତାହାସବୁ ଉପତ୍ୟକା ତୁଲ୍ୟ ବିସ୍ତାରିତ, ନଦୀତୀରସ୍ଥ ଉଦ୍ୟାନ ତୁଲ୍ୟ, ସଦାପ୍ରଭୁଙ୍କ ରୋପିତ ଅଗୁରୁ ବୃକ୍ଷ ସଦୃଶ, ଜଳ ନିକଟସ୍ଥ ଏରସ ବୃକ୍ଷ ସଦୃଶ ଅଟେ।