1ଏଥିଉତ୍ତାରେ ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି, ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ।
2ପୁଣି, ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷ୍ୟରେ ନିମନ୍ତ୍ରଣ କଲେ; ପୁଣି, ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ।
3ଆଉ ଇସ୍ରାଏଲ ଆପେ ବାଲ୍-ପିୟୋର ପ୍ରତି ଆସକ୍ତ ହେଲେ; ଏଣୁ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲର ପ୍ରତିକୂଳରେ ପ୍ରଜ୍ୱଳିତ ହେଲା।