ଗଣନା ପୁସ୍ତକ 25

ଏହେତୁ ତୁମ୍ଭେ କୁହ, “ଦେଖ, ଆମ୍ଭେ ତାହାକୁ ଆପଣା ଶାନ୍ତିକର ନିୟମ ଦେଲୁ;

Numbers 25:12 (UKJV) Wherefore say, Behold, I give unto him my covenant of peace:

10ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

11“ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ଲୋକମାନଙ୍କ ପ୍ରତି ଆମ୍ଭ ଅନ୍ତର୍ଜ୍ୱାଳାରେ ଅନ୍ତର୍ଜ୍ୱାଳା ପ୍ରକାଶ କରି ଇସ୍ରାଏଲ-ସନ୍ତାନଗଣଠାରୁ ଆମ୍ଭର କ୍ରୋଧ ଫେରାଇଅଛି, ତହିଁରେ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳାରେ ଇସ୍ରାଏଲ-ସନ୍ତାନଗଣଙ୍କୁ ନିଃଶେଷ ରୂପେ ସଂହାର କଲୁ ନାହିଁ।”

12ଏହେତୁ ତୁମ୍ଭେ କୁହ, “ଦେଖ, ଆମ୍ଭେ ତାହାକୁ ଆପଣା ଶାନ୍ତିକର ନିୟମ ଦେଲୁ;

13ତହିଁରେ ତାହା ପ୍ରତି ଓ ତାହା ଉତ୍ତାରେ ତାହାର ସନ୍ତାନଗଣଙ୍କ ପ୍ରତି ଅନନ୍ତକାଳୀନ ଯାଜକତ୍ୱର ନିୟମ ହେବ; କାରଣ ସେ ଆପଣା ପରମେଶ୍ୱରଙ୍କ ପକ୍ଷରେ ଅନ୍ତର୍ଜ୍ୱାଳା ପ୍ରକାଶ କଲା ଓ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲା।”

14ଇସ୍ରାଏଲୀୟ ଯେଉଁ ହତ ପୁରୁଷ, ଯେ ସେହି ମିଦୀୟନୀୟା ସ୍ତ୍ରୀ ସହିତ ହତ ହୋଇଥିଲା, ତାହାର ନାମ ସିମ୍ରି, ସେ ଶିମୀୟୋନୀୟ ପିତୃଗୃହର ଅଧିପତି ସାଲୂର ପୁତ୍ର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.